Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:49 - ପବିତ୍ର ବାଇବଲ

49 ପରମେଶ୍ୱର ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି। ଯେଉଁ ଲୋକମାନେ ମୋ’ ବିରୁଦ୍ଧରେ ଉଠିଛନ୍ତି, ସେମାନଙ୍କୁ ପରାସ୍ତ କରିବାରେ ତୁମ୍ଭେ ମୋତେ ସାହାଯ୍ୟ କଲ। ତୁମ୍ଭେ ମୋତେ ସେହି ନିର୍ଦ୍ଦୟଲୋକମାନଙ୍କଠାରୁ ରକ୍ଷା କଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।

Gade chapit la Kopi

ଓଡିଆ ବାଇବେଲ

49 ପୁଣି ସେ ମୋ’ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।

Gade chapit la Kopi




2 ଶାମୁୟେଲ 22:49
11 Referans Kwoze  

ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର। ଦୌରାତ୍ମ୍ୟକାରୀ ଲୋକମାନଙ୍କଠାରୁ ମୋତେ ରକ୍ଷା କର।


ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର। ଦୌରାତ୍ମ୍ୟକାରୀମାନଙ୍କଠାରୁ ମୋତେ ସୁରକ୍ଷା ଦିଅ। ଯେଉଁମାନେ ମୋ’ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦେବା ପାଇଁ ଯୋଜନା କରୁଛନ୍ତି।


ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି? ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମୋତେ ସାହାଯ୍ୟ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମୋତେ ବଞ୍ଚାଇଛ।


ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜା କଲେ ଓ ତାଙ୍କର ଇସ୍ରାଏଲର ଲୋକମାନଙ୍କ ପାଇଁ ରାଜ୍ୟକୁ ଅତ୍ୟଧିକ କ୍ଷମତା ଦେଲେ। ଏହା ଦାଉଦ ବୁଝି ପାରିଲେ।


ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।


ସେମାନଙ୍କ କଳସରୁ ଜଳ ଉଚ୍ଛୁଳିବ, ସେମାନଙ୍କର ବୀଜ ଅନେକ ଜଳରେ ପଡ଼ିବ, ପୁଣି ସେମାନଙ୍କର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବ, ସେମାନଙ୍କର ରାଜ୍ୟ ଉନ୍ନତ ହେବ।


ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ। ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।


ଠିକ୍ ତା'ପର ସମୟରେ କୂଶୀୟ ଆସି ପହଞ୍ଚିଲା। ସେ କହିଲା, “ମୋର ପ୍ରଭୁ ମହାରାଜାଙ୍କ ପାଇଁ ଏକ ସୁସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରୁଦ୍ଧାଚରଣ କରୁଥିଲେ ସେମାନଙ୍କୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।”


Swiv nou:

Piblisite


Piblisite