Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:15 - ପବିତ୍ର ବାଇବଲ

15 ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ କେହି ବୈ‌ଥ୍‌ଲେହମରେ ନଗରଦ୍ୱାର ନିକଟସ୍ଥ କୂଅରୁ ଜଳ ଦିଅନ୍ତା କି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି !

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି !”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”

Gade chapit la Kopi




2 ଶାମୁୟେଲ 23:15
12 Referans Kwoze  

କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”


ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ।


ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ପରମେଶ୍ୱର ଦେଉଥିବା ଜିନିଷ ବିଷୟରେ ଜାଣି ନାହଁ। ତୁମ୍ଭକୁ ଜଳ ମାଗୁଥିବା ବ୍ୟକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ୟ ତୁମ୍ଭେ ଜାଣି ନାହଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥା'ନ୍ତ ତେବେ ତୁମ୍ଭେ ମୋତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।”


“ଆମ୍ଭେ ତୃଷିତ ଭୂମି ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା। ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ବର୍ଷାଇବା।


“ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ସେମାନେ ଜଳ ପାଆନ୍ତି ନାହିଁ। ସେମାନଙ୍କର ଜିହ୍ୱା ତୃଷାରେ ଶୁଖିଯାଏ। ଆମ୍ଭେ ସଦାପ୍ରଭୁ, ସେମାନଙ୍କୁ ଉତ୍ତର ଦେବା। ଆମ୍ଭେ ଇସ୍ରାଏଲର, ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।


ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।


ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର। ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି। ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।


ଦାଉଦ କହିଲେ, “ବୈଥଲହମର ଫାଟକ ନିକଟରେ ଥିବା କୂଅରୁ କେହି ମୋତେ ପାଣି ପିଇବାକୁ ଦିଅନ୍ତା କି?”


ତହିଁରେ ସେହି ତିନି ବୀର ରାସ୍ତାରେ ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବୈ‌ଥ୍‌ଲେହମ ନଗରଦ୍ୱାର ନିକଟସ୍ଥ କୂଅରୁ ପାଣି ଆଣିଲେ। ମାତ୍ର ସେ ତହିଁରୁ ପିଇବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ଢାଳି ଦେଲେ।


ଇଫ୍ରାଥା ଯିବା ପରେ ତାହା ବୈ‌ଥ୍‌ଲେହମ ନିକଟରେ ରାହେଲକୁ କବର ଦିଆଗଲା।


Swiv nou:

Piblisite


Piblisite