Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:16 - ପବିତ୍ର ବାଇବଲ

16 ତହିଁରେ ସେହି ତିନି ବୀର ରାସ୍ତାରେ ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବୈ‌ଥ୍‌ଲେହମ ନଗରଦ୍ୱାର ନିକଟସ୍ଥ କୂଅରୁ ପାଣି ଆଣିଲେ। ମାତ୍ର ସେ ତହିଁରୁ ପିଇବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ଢାଳି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।

Gade chapit la Kopi




2 ଶାମୁୟେଲ 23:16
12 Referans Kwoze  

ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।


ଯାକୁବ ସେଠାରେ ଏକ ସ୍ମରଣାର୍ଥକ ପ୍ରସ୍ଥର ସ୍ଥାପନ କଲେ। ଯାକୁବ ସେଠାରେ ପେୟନୈବେଦ୍ୟ ଓ ତୈଳ ଢାଳିଲେ।


ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ୟ, ଖୁବ୍ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ୟୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହୋଇ ଥାଏ, ତେବେ ତା’ ନିମନ୍ତେ କିଏ ଜଣେ ମୃତ୍ୟୁ ବରଣ କରିବା ପାଇଁ ସାହସ କରିବ।


ଉଠ, ରାତ୍ରିର ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳପରି ଢାଳି ଦିଅ; ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ ତାଙ୍କ ସମ୍ମୁଖରେ ହାତଯୋଡ଼ି ପ୍ରାର୍ଥନା କର। କାରଣ ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ କ୍ଷୁଧାରେ ଛଟପଟ ହେଉଛନ୍ତି।


ପରମେଶ୍ୱରଙ୍କ ସେବାରେ, ତୁମ୍ଭ ବିଶ୍ୱାସ ତୁମ୍ଭକୁ ଏକ ବଳିଦାନ ରୂପେ ସେବା କରିବା ପାଇଁ ପ୍ରେରଣ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସେବାରେ ମୋତେ ମୋର ନିଜ ରକ୍ତ ମଧ୍ୟ ଉତ୍ସର୍ଗ କରିବାକୁ ପଡ଼ିପାରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦରେ ପରିପୂର୍ଣ୍ଣ ଓ ଖୁସୀ ହେବି।


କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।


ତା'ପରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲିୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ଜଣ ଶକ୍ତିଶାଳୀ ବୀରଙ୍କ ମଧ୍ୟରେ ଜଣେ ଥିଲା, ଯେତେବେଳେ ସେମାନେ ପଲେଷ୍ଟୀୟମାନଙ୍କୁ ମୁକାବୁଲା କଲେ, ସେମାନେ ଦାଉଦଙ୍କ ସହିତ ଥିଲେ। ସେମାନେ ଯୁଦ୍ଧ ପାଇଁ ଏକତ୍ରିତ ହେଲେ କିନ୍ତୁ ଇସ୍ରାଏଲ ଲୋକମାନେ ଦୌଡ଼ି ପଳାଇଲେ।


ସେ ଆପଣା ପ୍ରାଣକୁ ବିପଦରେ ପକାଇ ପଲେଷ୍ଟୀୟକୁ ହତ୍ୟା କଲା। ସେଥିରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ବିଜୟ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣରେ ଦାଉଦକୁ ହତ୍ୟା କରିବେ କାହିଁକି? ସେ ନିର୍ଦ୍ଦୋଷ, ତାକୁ ହତ୍ୟା କରିବାର କିଛି କାରଣ ନାହିଁ।”


ଇସ୍ରାଏଲୀୟମାନେ ମି‌ସ୍‌ପୀରେ ମିଳିତ ହେଲେ ଏବଂ ପାଣି ଆଣିଲେ ଏବଂ ସଦାପ୍ରଭୁଙ୍କ ଆଗରେ ତାହା ଢାଳିଲେ। ସେମାନେ ସେହି ଦିନ ଉପବାସ ପାଳନ କଲେ। ସେମାନେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।” ଶାମୁୟେଲ ମି‌ସ୍‌ପୀରେ ଇସ୍ରାଏଲୀୟମାନଙ୍କର ବିଗ୍ଭର କଲେ।


“ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟନୈବେଦ୍ୟ ଦେବ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ପେୟନୈବେଦ୍ୟରୂପେ ଦ୍ରାକ୍ଷାରସ ଢାଳିବ।


କିନ୍ତୁ ଏହି ତିନି ଜଣ ପଲେଷ୍ଟୀୟ ସୈନ୍ୟମାନଙ୍କ ସହିତ ଯୁଦ୍ଧ କରି କରି ସେମାନଙ୍କ ମଧ୍ୟଦେଇ ଗଲେ। ଏହି ତିନି ବ୍ୟକ୍ତି ବୈ‌ଥ୍‌ଲେହମ ନଗରର ଦ୍ୱାର ନିକଟରେ ଥିବା କୂପରୁ କିଛି ଜଳ ନେଲେ। ଏହା ପରେ ଏହି ତିନି ବୀର ସେହି ଜଳକୁ ନେଇ ଦାଉଦଙ୍କ ନିକଟକୁ ଆସିଲେ। କିନ୍ତୁ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ସ୍ୱରୂପେ ସେହି ଜଳକୁ ଭୂମିରେ ଢାଳିଲେ।


ଯେକେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।


Swiv nou:

Piblisite


Piblisite