Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:21 - ପବିତ୍ର ବାଇବଲ

21 ବନାୟ ଏକ ମିସ୍ରୀୟ ମହାପୁରୁଷଙ୍କୁ ହତ୍ୟା କଲା। ସେହି ମିସ୍ରୀୟ ହାତରେ ଏକ ବର୍ଚ୍ଛା ଥିଲା କିନ୍ତୁ ବନାୟର ହାତରେ ଏକ ଯଷ୍ଟି ଥିଲା, ବନାୟ ତା'ର ହାତରୁ ବର୍ଚ୍ଛା ଛଡ଼ାଇ ଆଣିଲା ଓ ତା'ର ବର୍ଚ୍ଛାରେ ତାକୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆହୁରି ସେ ଏକ ଜଣ ମିସ୍ରୀୟ ରୂପବାନ ପୁରୁଷକୁ ବଧ କଲା ଓ ସେହି ମିସ୍ରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା କତିକି ଗଲା ଓ ସେହି ମିସ୍ରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।

Gade chapit la Kopi

ଓଡିଆ ବାଇବେଲ

21 ଆହୁରି ସେ ଏକ ଜଣ ମିସ୍ରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସ୍ରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସ୍ରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆହୁରି ସେ ଏକ ଜଣ ମିସରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।

Gade chapit la Kopi




2 ଶାମୁୟେଲ 23:21
5 Referans Kwoze  

ପରମେଶ୍ୱର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ୱାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜୟୀ ହେଲେ। ପରମେଶ୍ୱର ସଂସାରକୁ ଦେଖାଇ ଦେଲେ ଯେ ସେମାନେ ଶକ୍ତିହୀନ ଅଟନ୍ତି।


ବନାୟ ଜଣେ ଅତିକାୟ ମିସ୍ରୀୟ ସୈନ୍ୟକୁ ବଧ କଲେ। ସେହି ବ୍ୟକ୍ତି ପାଞ୍ଚ ହାତ ଦୀର୍ଘ ଉଚ୍ଚ ଥିଲା। ସେହି ମିସ୍ରୀୟ ନିକଟରେ ଏକ ବଡ଼ ଓ ଓଜନିଆ ବର୍ଚ୍ଛା ଥିଲା। ତାହା ଏକ ବୁଣାକାରର ତନ୍ତର ଦଣ୍ଡପରି ବିରାଟ ଥିଲା। ବନାୟ ନିକଟରେ କେବଳ ଠେଙ୍ଗାଟିଏ ଥିଲା। ବନାୟ ସେହି ମିସ୍ରୀୟ ବ୍ୟକ୍ତିର ହସ୍ତରୁ ବର୍ଚ୍ଛା ଧରି ଛଡ଼େଇ ନେଲେ। ଏହା ପରେ ବନାୟ ସେହି ମିସ୍ରୀୟକୁ ତାହାର ନିଜ ବର୍ଚ୍ଛା ଦ୍ୱାରା ବିଦ୍ଧ କରି ହତ୍ୟା କଲେ।


ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ଗଲିୟାତର ‌‌ଖ‌ଡ଼୍‌ଗ ଖାପରୁ କାଢ଼ି ତାହାର ମସ୍ତକ ଛେଦନ କଲେ। ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।


ତା'ପରେ ସେଠାରେ ଜଣେ ଯିହୋୟାଦାର ପୁତ୍ର ବନାୟ ଥିଲା। ସେ ଥିଲେ ଜଣେ ପରାକ୍ରମଶାଳୀ ବିକ୍ରମି ପୁରୁଷର ପୁତ୍ର। ସେ କ‌ବ୍‌ସେଲୀୟର ଅଧିବାସୀ ଥିଲା। ବନାୟ ବହୁତ ସାହସିକ କାର୍ଯ୍ୟ କରିଥିଲା। ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା। ଦିନେ ଏକ ସମୟରେ ଯେତେବେଳେ ବରଫ ପଡ଼ୁଥିଲା, ବନାୟ ଏକ ଗୁମ୍ଫାରେ ଏକ ସିଂହକୁ ହତ୍ୟା କଲା।


ଯିହୋୟାଦାର ପୁତ୍ର ବନାୟ ଏହିପରି ସାହସିକ କାର୍ଯ୍ୟମାନ କଲା ଏବଂ ସେ ଏହି ତିନି ବୀରମାନଙ୍କ ମଧ୍ୟରେ ବିଖ୍ୟାତ ଥିଲା।


Swiv nou:

Piblisite


Piblisite