2 ଶାମୁୟେଲ 23:5 - ପବିତ୍ର ବାଇବଲ5 “ପରମେଶ୍ୱର ମୋର ପରିବାରକୁ ଶକ୍ତିଶାଳୀ ଓ ସୁରକ୍ଷିତ କରିଛନ୍ତି ଏବଂ ଚିରଦିନ ପାଇଁ ମୋ’ ସହିତ ଏକ ନିୟମ କରିଛନ୍ତି। ଏହି ନିୟମଟି ସଦାପ୍ରଭୁଙ୍କ ଦ୍ୱାରା ସୁରକ୍ଷିତ। ସେ ମୋତେ ପ୍ରତ୍ୟେକ ଥର ବିଜୟ ଦେବେ ଓ ମୁଁ ଯାହା ଆଶା କରୁଅଛି ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସତ୍ୟ, ମୋହର ବଂଶ ପରମେଶ୍ଵରଙ୍କ ନିକଟରେ ସେପରି ନୁହେଁ; ତଥାପି ସେ ମୋʼ ସହିତ ସର୍ବବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରିଅଛନ୍ତି, ଏଣୁ ସେ ତାହା ବୃଦ୍ଧି ନ କଲେ ହେଁ ଏହା ହିଁ ଆମ୍ଭର ପରମ ପରିତ୍ରାଣ ଓ ପରମ ବାଞ୍ଛା। Gade chapit laଓଡିଆ ବାଇବେଲ5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି ? ସେ ମୋ’ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି ? ସେ କି ମୋର ରକ୍ଷା କରିବେ ନାହିଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ? Gade chapit la |
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!
ପୁଣି ଯୁବ ବନ୍ଧୁମାନଙ୍କ ମନ୍ତ୍ରଣାନୁସାରେ ସେ ଲୋକମାନଙ୍କୁ କହିଲେ, “ମୋର ପିତା ଯେତିକି କାର୍ଯ୍ୟ ଦେଉଥିଲେ ମୁଁ ତା’ ଅପେକ୍ଷା ଆହୁରି ଅଧିକ କାର୍ଯ୍ୟ ଦେବି। ସେ ତୁମ୍ଭମାନଙ୍କୁ କୋରଡ଼ାରେ ଶାସ୍ତି ଦେଉଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କୁ ତୀକ୍ଷ୍ଣ କୋରଡ଼ାରେ ଶାସ୍ତି ଦେବି, ଯାହାର ଆଘାତ ବିଛା କାମୁଡ଼ିଲା ପରି ଯନ୍ତ୍ରଣା ଦାୟକ ଏବଂ ତୁମ୍ଭେମାନେ ଆଘାତରେ କ୍ଷତାକ୍ତ ହେବ।”
ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିୟ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ୟନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହେବାକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ୱାରୋହୀଗଣ ଓ ସମ୍ମୁଖରେ ଦୌଡ଼ିବା ପାଇଁ ପଗ୍ଭଶ୍ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କେବେ ଅଦୋନିୟଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। “ଏପରିକି ସେ ତାଙ୍କୁ ପଗ୍ଭରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?”