2 ଶାମୁୟେଲ 24:1 - ପବିତ୍ର ବାଇବଲ1 ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।” Gade chapit la |
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’
ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦେବାଭଳି କାର୍ଯ୍ୟ କର ଓ ତୁମ୍ଭେମାନେ ମୃତ୍ୟୁବରଣ କରିବ ନାହିଁ ଏବଂ ପରମେଶ୍ୱର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।