2 ଶାମୁୟେଲ 24:12 - ପବିତ୍ର ବାଇବଲ12 ସଦାପ୍ରଭୁ ଗାଦ୍କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’” Gade chapit laପବିତ୍ର ବାଇବଲ (Re-edited) - (BSI)12 ଦାଉଦ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ। Gade chapit laଓଡିଆ ବାଇବେଲ12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’” Gade chapit la |
ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ଏହି ତିନୋଟି ମଧ୍ୟରୁ ଗୋଟିକୁ ବାଛ। 1, ତୁମ୍ଭ ପାଇଁ, ତୁମ୍ଭ ଦେଶ ପାଇଁ ସାତ ବର୍ଷ ଦୁର୍ଭିକ୍ଷ ହେବ। 2, ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ତିନି ମାସ ପର୍ଯ୍ୟନ୍ତ ଗୋଡ଼ାଇବେ। 3, ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ। ଏହିସବୁ କଥା ବିଷୟରେ ଭାବ ଏବଂ ଏହି ତିନି କଥାରୁ ଗୋଟିକୁ ବାଛ। ଏବଂ ମୁଁ ସଦାପ୍ରଭୁଙ୍କୁ ତୁମ୍ଭର ପସନ୍ଦ ଜଣାଇ ଦେବି। ଯେହେତୁ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି।”
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”