Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:2 - ପବିତ୍ର ବାଇବଲ

2 ରାଜା ଦାଉଦ ତାଙ୍କର ସେନାପତି ଯୋୟାବକୁ ଡାକି କହିଲେ, “ତୁମ୍ଭେମାନେ ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ବଂଶ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର। ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବକୁ କହିଲେ; ତୁମ୍ଭେମାନେ ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”

Gade chapit la Kopi




2 ଶାମୁୟେଲ 24:2
16 Referans Kwoze  

ଏଣୁ ଇସ୍ରାଏଲର ସମସ୍ତ ଲୋକ ଏକତ୍ରିତ ହେଲେ। ସେମାନେ ସମସ୍ତେ ମି‌ସ୍‌ପୀରେ ସଦାପ୍ରଭୁଙ୍କଠାରେ ଏକତ୍ରିତ ହେଲେ। ଇସ୍ରାଏଲୀୟମାନେ ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଓ ଗିଲିୟଦଠାରୁ ମଧ୍ୟ ଆସିଲେ।


ସେ ସମୟରେ ଯୋୟାବ ସମସ୍ତ ଇସ୍ରାଏଲର ସୈନ୍ୟଦଳର ଦଳପତି ଥିଲେ। ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ମୁଖ୍ୟ ଥିଲେ।


ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।


ସଦାପ୍ରଭୁ କହନ୍ତି, “ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ।


ଯଦି ଜଣେ ଲୋକ ଗର୍ବୀ ତେବେ ତାହା ତାକୁ ଧ୍ୱଂସ କରିବ। ଯଦି ଜଣେ ଲୋକ ବିନମ୍ର, ତେବେ ସମ୍ମାନ ପାଇବ।


ଥରେ ବାବିଲୀୟ ନେତାମାନେ ହିଜକିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ସେହି ବାର୍ତ୍ତାବାହକମାନେ ଦେଶ ମଧ୍ୟରେ ଘଟିଥିବା ଏକ ଅ‌ଦ୍‌ଭୂତ ଚିହ୍ନ ସମ୍ବନ୍ଧରେ ପଗ୍ଭରିଲେ। ଯେତେବେଳେ ସେମାନେ ଆସିଲେ ସେତେବେଳେ ହିଜକିୟଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିୟଙ୍କ ହୃଦୟରେ ଯାହାକିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ୱର ହିଜକିୟଙ୍କୁ ଏକାକୀ ଛାଡ଼ିଗଲେ।


ତେଣୁ ଦାଉଦ ଯୋୟାବ ଓ ଲୋକମାନଙ୍କର ନେତାମାନଙ୍କୁ କହିଲେ, “ଯାଅ, ଓ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ‌ବେ‌ର୍‌ଶେବା ସହରଠାରୁ ଦାନ ସହର ପର୍ଯ୍ୟନ୍ତ ଦେଶରେ ଥିବା ପ୍ରତ୍ୟେକ ଜଣକୁ ଗଣନା କର। ଏହା ପରେ ଆସି ମୋତେ ସତ୍ୟ କୁହ, ତେବେ ଦେଶର ଲୋକସଂଖ୍ୟା କେତେ, ତାହା ମୁଁ ଜାଣି ପାରିବି।”


ଅମ୍ମୋନୀୟ ସେଲକ, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବରୋତୀୟ ନହରୟ,


“ମାତ୍ର ମୋର ମନ୍ତ୍ରଣା ଏହି ଯେ, ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲୀୟମାନେ ସମୁଦ୍ର ଓ ତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହୁଅନ୍ତୁ। ଆପଣ ସ୍ୱୟଂ ଯୁଦ୍ଧକୁ ଯାଆନ୍ତୁ।


ସରୁୟାର ପୁତ୍ର ଯୋୟାବ ସୈନ୍ୟମାନଙ୍କ ଉପରେ ପ୍ରଧାନ ଥିଲା, ଅହୀଟୂବର ପୁତ୍ର ଯିହୋଶାଫଟ୍ ମଧ୍ୟ ଇତିହାସ ଲେଖକ ଥିଲେ।


ସରୁୟାର ପୁତ୍ର ଯୋୟା‌‌ବ୍‌ ‌ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ୟ ଗିବିୟୋନକୁ ଗଲେ। ସେମାନେ ଅ‌‌ବ୍‌‌ନର ଏବଂ ଈ‌ଶ୍‌ବୋଶ‌ତ୍‌ର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖରେ ଭେଟିଲେ। ଯୋୟାବର ଦଳ ପୋଖରୀର ଏକ ପାର୍ଶ୍ୱରେ ବସିଲା ବେଳେ ଅ‌‌ବ୍‌‌ନରର ଦଳ ପୋଖରୀର ଅନ୍ୟ ପାର୍ଶ୍ୱରେ ବସିଲେ।


ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ‌ବେ‌ର୍‌ଶେବା ମରୁଭୂମିରେ ଭ୍ରମଣ କଲେ।


ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ।


Swiv nou:

Piblisite


Piblisite