Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:13 - ପବିତ୍ର ବାଇବଲ

13 ଦାଉଦ କହିଲେ, “ଉତ୍ତମ, ମୁଁ ତୁମ୍ଭ ସହିତ ଚୁକ୍ତି କରୁଅଛି। କିନ୍ତୁ ମୁଁ ତୁମ୍ଭକୁ ଗୋଟିଏ କଥା ପଗ୍ଭରିବି, ତୁମ୍ଭେ ଶାଉଲଙ୍କର କନ୍ୟା ମୀଖଲକୁ ମୋ’ ସମ୍ମୁଖକୁ ନ ଆଣିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ସାକ୍ଷାତ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ ସେ କହିଲେ, ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋ’ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋ’ ମୁଖ ଦେଖି ପାରିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”

Gade chapit la Kopi




2 ଶାମୁୟେଲ 3:13
8 Referans Kwoze  

କିନ୍ତୁ ଯିହୁଦା ଯାକୁବଙ୍କୁ କହିଲା, “ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦେଇ କହିଥିଲେ, ‘ଯଦି ତୁମ୍ଭେ ତୁମ୍ଭର ଭାଇକୁ ମୋ’ ପାଖକୁ ନ ଆଣ, ତେବେ ତୁମ୍ଭ ସହିତ କଥାବାର୍ତ୍ତା ହେବ ନାହିଁ।’


ନିୟମସିନ୍ଦୁକ ଯେତେବେଳେ ଦାଉଦଙ୍କ ନଗରରେ ପହଞ୍ଚିଲା, ମୀଖଲ୍ ଏକ ଝରକା ଦେଇ ଅନାଇଲେ। ମୀଖଲ୍ ଶାଉଲଙ୍କ ଝିଅ ଥିଲେ। ସେ ଦେଖିଲେ ଯେ, ରାଜା ଦାଉଦ ନୃତ୍ୟ ଓ ଆନନ୍ଦ କରୁଅଛନ୍ତି। ସେ ହୃଦୟରେ ତାଙ୍କୁ ଘୃଣା କଲେ। ସେ ଭାବିଲେ, ଦାଉଦ ଏକ ମୂର୍ଖ ପରି ଆଚରଣ କରୁଅଛନ୍ତି।


ଏବଂ ଆମ୍ଭେ ପିତାଙ୍କୁ କହିଲୁ, ‘ଆମ୍ଭେ ଆମ୍ଭର ସାନ ଭାଇ ବିନା ଯାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନ ଯାଏ, ତାହାହେଲେ ସେହି ବ୍ୟକ୍ତିର ମୂଖ ଦେଖି ପାରିବୁ ନାହିଁ।’


କିନ୍ତୁ ଆପଣ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଯଦି ତୁମ୍ଭର ସାନଭାଇକୁ ନ ଆଣ, ତୁମ୍ଭେ ମୋତେ କେବେ ଦେଖିବ ନାହିଁ।’


ଅ‌‌ବ୍‌‌ନର‌ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ ଏବଂ କହିଲେ, “ଏ ଦେଶକୁ କିଏ ଶାସନ କରିବା ଯୋଗ୍ୟ ବ୍ୟକ୍ତି ବୋଲି ତୁମ୍ଭେ ଭାବୁଛ? ମୋ’ ସହିତ ତୁମ୍ଭେ ଏକ ଚୁକ୍ତି କର ଏବଂ ସମଗ୍ର ଇସ୍ରାଏଲ ଉପରେ ତୁମ୍ଭେ ରାଜତ୍ୱ କରିବା ପାଇଁ ମୁଁ ତୁମ୍ଭକୁ ସାହାଯ୍ୟ କରିବି।”


Swiv nou:

Piblisite


Piblisite