Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:21 - ପବିତ୍ର ବାଇବଲ

21 ଅ‌‌ବ୍‌‌ନର‌ ଦାଉଦଙ୍କୁ କହିଲେ, “ହେ ମୋର ପ୍ରଭୁ ମହାରାଜ, ମୋତେ ଯିବାକୁ ଦିଅ, ଏବଂ ସମସ୍ତ ଇସ୍ରାଏଲୀୟମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବାକୁ ଦିଅ। ତା'ପରେ ସେମାନେ ତୁମ୍ଭ ସମ୍ମୁଖରେ ଏକ ଚୁକ୍ତି କରିବେ ଏବଂ ତୁମ୍ଭେ ସମଗ୍ର ଇସ୍ରାଏଲର ରାଜା ହେବ, ଏବଂ ତୁମ୍ଭ ଇଚ୍ଛାମତେ ରାଜତ୍ୱ କରିବ।” ତେଣୁ ଦାଉଦ ଅ‌‌ବ୍‌‌ନର‌କୁ ଯିବାକୁ ଅନୁମତି ଦେଲେ ଏବଂ ଅ‌‌ବ୍‌‌ନର‌ ଶାନ୍ତିରେ ଉକ୍ତ ସ୍ଥାନ ପରିତ୍ୟାଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତ ରାଜତ୍ଵ କରିବେ। ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।

Gade chapit la Kopi

ଓଡିଆ ବାଇବେଲ

21 ଏଉତ୍ତାରେ ଅବ୍‍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍‍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଉତ୍ତାରେ ଅବ୍‍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍‍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।

Gade chapit la Kopi




2 ଶାମୁୟେଲ 3:21
8 Referans Kwoze  

ତୁମ୍ଭର ମହା ସନ୍ତୋଷାନୁଯାୟୀ ମୁଁ ତୁମ୍ଭକୁ ଇସ୍ରାଏଲ ଉପରେ ଶାସନ କରାଇବି।


ଅ‌‌ବ୍‌‌ନର‌ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ ଏବଂ କହିଲେ, “ଏ ଦେଶକୁ କିଏ ଶାସନ କରିବା ଯୋଗ୍ୟ ବ୍ୟକ୍ତି ବୋଲି ତୁମ୍ଭେ ଭାବୁଛ? ମୋ’ ସହିତ ତୁମ୍ଭେ ଏକ ଚୁକ୍ତି କର ଏବଂ ସମଗ୍ର ଇସ୍ରାଏଲ ଉପରେ ତୁମ୍ଭେ ରାଜତ୍ୱ କରିବା ପାଇଁ ମୁଁ ତୁମ୍ଭକୁ ସାହାଯ୍ୟ କରିବି।”


ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି।


ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।


ଏବଂ ତାଙ୍କୁ ଗିଲିୟଦ, ଅଶୂରି, ଯିଷ୍ରିୟେଲ ଓ ଇଫ୍ରୟିମ, ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲର ରାଜା ଭାବରେ ଅଭିଷିକ୍ତ କରାଇଲେ।


ତା'ପରେ ଅ‌‌ବ୍‌‌ନର‌ ଦାଉଦଙ୍କ ପାଖକୁ ହିବ୍ରୋଣକୁ ଆସିଲେ। ଅ‌‌ବ୍‌‌ନର‌ ତାଙ୍କ ସହିତ କୋଡ଼ିଏ ଜଣ ଲୋକଙ୍କୁ ସାଙ୍ଗରେ ଆଣିଥିଲେ। ଅ‌‌ବ୍‌‌ନର‌ ଓ ତାଙ୍କ ସହିତ ଆସିଥିବା ଲୋକମାନଙ୍କୁ ଦାଉଦ ଏକ ଭୋଜି ଦେଲେ।


ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ।


Swiv nou:

Piblisite


Piblisite