Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:29 - ପବିତ୍ର ବାଇବଲ

29 ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାୟୀ ଏବଂ ମୁଁ ଭାବୁଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କୁଷ୍ଠରୋଗରେ ଆକ୍ରାନ୍ତ ହେବେ, ଅଭାବରେ ରହିବେ ଓ ଯୁଦ୍ଧରେ ହତ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଦାୟୀ କି ଖଡ଼୍‍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।

Gade chapit la Kopi

ଓଡିଆ ବାଇବେଲ

29 ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”

Gade chapit la Kopi




2 ଶାମୁୟେଲ 3:29
18 Referans Kwoze  

ଲୋକମାନେ ଯେହେତୁ ତୁମ୍ଭର ପବିତ୍ର ଲୋକ ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ରକ୍ତପାତ କରିଥିଲେ, ଏବେ ତୁମ୍ଭେ ସେମାନଙ୍କୁ ରକ୍ତପାତ କରିବାକୁ ଦେଇଛ। ସେମାନେ ଏହା ହିଁ ପାଇବାକୁ ଯୋଗ୍ୟ।”


ସେଠାର ବାସିନ୍ଦାମାନେ ତାହାଙ୍କ ହାତରେ ସାପ ଝୁଲୁ ଥିବାର ଦେଖିଲେ। ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “ଏ ଲୋକଟିର ନିଶ୍ଚୟ ମୃତ୍ୟୁ ହେବ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ୟାୟ ଏହାକୁ ବଞ୍ଚିବା ପାଇଁ ଦେଲା ନାହିଁ।”


ଏଣୁ ନାମା‌ନ୍‌ର ଚର୍ମ ରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶଠାରେ ଚିରକାଳ ପର୍ଯ୍ୟନ୍ତ ଲାଗି ରହିବ।” ତୁରନ୍ତ ଗିହେଜୀର ଶରୀର ବରଫ ଚର୍ମ ରୋଗ ସହିତ ଧବଳ ପାଲଟିଗଲା ଓ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।


ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।


ସେଥିପାଇଁ ପରମେଶ୍ୱର ଅବୀମେଲକ୍ ଓ ଶିଖିମର ନେତୃବର୍ଗମାନଙ୍କ ମଧ୍ୟରେ ସମସ୍ୟା ସୃଷ୍ଟି କଲେ। ସେଥିପାଇଁ ଶିଖିମର ନେତୃବର୍ଗମାନେ ଅବୀମେଲକ୍ ବିରୁଦ୍ଧରେ ଯୋଜନା ଆରମ୍ଭ କଲେ।


“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି କୌଣସି ପୁରୁଷର ଲିଙ୍ଗରୁ ଧାତୁ କ୍ଷରିତ ହୁଏ, ସେ ଅଶୁଚି ଘୋଷିତ ହେବା ଉଚିତ୍।


ଏହା ପରେ ମୃତ ଲୋକର ବନ୍ଧୁବାନ୍ଧବ ଓ ସେହି ନଗରର ସମସ୍ତ ପ୍ରଚୀନବର୍ଗ, ଉପତ୍ୟକାରେ ସେହି ବାଛୁରି ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ।


ଏହା ପରେ ଦାଉଦ ଏ କଥା ଜାଣିବାକୁ ପାଇଲେ, ଏବଂ କହିଲେ, “ନରର ପୁତ୍ର ଅ‌‌ବ୍‌‌ନର‌ ରକ୍ତପାତ ବିଷୟରେ ସବୁ ବେଳେ ମୁଁ ଓ ମୋର ରାଜ୍ୟ ନିର୍ଦ୍ଦୋଷୀ। ସଦାପ୍ରଭୁ ଏହି ବିଷୟରେ ଜାଣନ୍ତି।


ସଦାପ୍ରଭୁ ତୁମ୍ଭଙ୍କୁ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ୟା କଲ ଏବଂ ଶାଉଲଙ୍କର ରାଜପଦ ଗ୍ଭେରାଇ ନେଲ। କିନ୍ତୁ ବର୍ତ୍ତମାନ ଠିକ୍ ସେହି ମନ୍ଦ କର୍ମ ତୁମ୍ଭ ପାଇଁ ଘଟିବାକୁ ଯାଉଛି। ସଦାପ୍ରଭୁ ସେହି ରାଜ୍ୟକୁ ତୁମ୍ଭ ପୁଅ ଅବଶାଲୋମକୁ ହସ୍ତାନ୍ତର କରିଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସୁ ମଣିଷ।”


ଆଘାତପ୍ରାପ୍ତ ଲୋକ ଯଦି ଶଯ୍ୟାଶାୟୀ ହୁଏ ଏବଂ ବିଛଣାରୁ ଉଠିପାରେ ଏବଂ ସେ ଆଶାବାଡ଼ି ଧରି ଗ୍ଭଲିପାରେ। ତେବେ ଆଘାତ ଦେଇଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ପର୍ଯ୍ୟନ୍ତ ତା'ର ସହାୟତା କରିବ।


“ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ୟାକାରୀର ମୃତ୍ୟୁ ବ୍ୟତୀତ କୌଣସି ପ୍ରକାର ପ୍ରାପ୍ୟ ଦେଶର ପାପକୁ ଧୋଇ ପାରିବ ନାହିଁ।


ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।


Swiv nou:

Piblisite


Piblisite