Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:31 - ପବିତ୍ର ବାଇବଲ

31-32 ଦାଉଦ ଯୋୟାବ ଓ ତାଙ୍କ ସହିତ ଥିବା ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭର ବସ୍ତ୍ର ଚିରିଦିଅ ଓ ସମସ୍ତେ ଦୁଃଖଦ ବସ୍ତ୍ର ପିନ୍ଧ, ଅ‌‌ବ୍‌‌ନର‌ ପାଇଁ ରୋଦନ କର।” ସେମାନେ ହିବ୍ରୋଣଠାରେ ଅ‌‌ବ୍‌‌ନର‌କୁ କବର ଦେଲେ। ରାଜା ଦାଉଦ ମଧ୍ୟ ସେ ସ୍ଥାନରେ ଉପସ୍ଥିତ ରହିଲେ। ରାଜା ଦାଉଦ ଓ ତାଙ୍କର ଲୋକମାନେ କବର ନିକଟରେ ଠିଆ ହୋଇ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଅନନ୍ତର ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ। ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।

Gade chapit la Kopi

ଓଡିଆ ବାଇବେଲ

31 ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।

Gade chapit la Kopi




2 ଶାମୁୟେଲ 3:31
12 Referans Kwoze  

ଏହା ଶୁଣି ଯାକୁବ ତାଙ୍କ ଲୁଗା ଚିରି, ବିଶେଷ ଶୋକ ବସ୍ତ୍ର ପିନ୍ଧି ତାଙ୍କର ଶୋକ ପ୍ରକାଶ କଲେ। ଯାକୁବ ବହୁ ଦିନ ପର୍ଯ୍ୟନ୍ତ ପୁତ୍ର ପାଇଁ ଶୋକ କଲେ।


ତା'ପରେ ଦାଉଦ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲେ, ଏବଂ ଦାଉଦଙ୍କ ନିକଟରେ ଥିବା ସମସ୍ତ ଲୋକ ମଧ୍ୟ ଦାଉଦଙ୍କ ପରି କଲେ।


ତା'ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣିରୁ ଜଣେ ସୈନ୍ୟ ସିକ୍ଳ‌ଗ୍‌କୁ ଆସିଲା। ସେ ଲୋକଟି ଅତ୍ୟନ୍ତ ଦୁଃଖିତ ଥିଲା। ତା'ର ବସ୍ତ୍ର ଚିରି ଯାଇଥିଲା ଏବଂ ତା’ ମୁଣ୍ଡରେ ମାଟି ବୋଳି ହୋଇଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକୁ ଆସି ଭୂମିଷ୍ଠ ପ୍ରଣାମ କଲା।


ଯେତେବେଳେ ଯିପ୍ତହ ଦେଖିଲେ ତାଙ୍କର କନ୍ୟା ଯେ କି ପ୍ରଥମେ ଗୃହରୁ ବାହାର ହୋଇ ତାଙ୍କୁ ଦେଖା ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, “ହେ ମୋର କନ୍ୟା! ତୁମ୍ଭେ ମୋତେ ଧ୍ୱଂସ କରିଦେଲ। ତୁମ୍ଭେ ମୋର ଦୁଃଖର କାରଣ ହେଲ, କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖରେ ପ୍ରତିଜ୍ଞା କରିଛି ଏବଂ ମୁଁ ପ୍ରତିଜ୍ଞା ଫେରାଇ ନେଇପାରିବି ନାହିଁ।”


ଯେତେବେଳେ ଯିହୋଶୂୟ ଏହା ଶୁଣିଲେ। ସେ ତାଙ୍କର ଦୁଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକୁ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନିକଟରେ ମଥାମାଡ଼ି ଭୂମିରେ ପଡ଼ି ରହିଲେ। ଯିହୋଶୂୟ ଇସ୍ରାଏଲର ନେତୃବର୍ଗଙ୍କ ସହିତ ସେଠାରେ ରହିଲେ, ଯେଉଁମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦୁଃଖ ଜଣାଇ ସେମାନଙ୍କର ମସ୍ତକରେ ଧୂଳି ଫିଙ୍ଗିଲେ।


ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।”


ରାଜା ହିଜକିୟ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ୟସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।


ରୁବେନ୍ ତା'ର ଭାଇମାନଙ୍କ ସହିତ ନ ଥିଲା, ଯେତେବେଳେ ସେମାନେ ଯୋଷେଫଙ୍କୁ ବଣିକମାନଙ୍କ ମଧ୍ୟରେ ବିକ୍ରୀ କରିଥିଲେ। ଯେତେବେଳେ ରୁବେନ୍ ଆସିଲା ଓ ଦେଖିଲା ଯେ ତା'ର ଭାଇ ଯୋଷେଫ ସେହି କୂପ ମଧ୍ୟରେ ନ ଥିଲେ। ସେ ଏତେ ବ୍ୟତିବ୍ୟସ୍ତ ହୋଇ ପଡ଼ିଲା ଯେ, ତା'ର ପୋଷାକ ସବୁ ଚିରି ପକାଇଲା।


ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବେ।”


ତାଙ୍କର ଦାସମାନେ ସେମାନଙ୍କୁ କହିଲ, “ଆମ୍ଭେ ଶୁଣିଅଛୁ ଯେ ଇସ୍ରାଏଲୀୟ ରାଜଗଣ ଦୟାଳୁ ଅଟନ୍ତି। ଆମ୍ଭେ ଆପଣଙ୍କୁ ବିନୟ କରୁଛୁ, ଆମ୍ଭମାନଙ୍କୁ କଟିରେ ଅଖା ପିନ୍ଧିବାକୁ ଓ ମୁଣ୍ତରେ ରଜ୍ଜୁ ବିନ୍ଧିବାକୁ ଦିଅନ୍ତୁ ଓ ଇସ୍ରାଏଲ ରାଜାଙ୍କ ନିକଟକୁ ଯିବାକୁ ଦିଅନ୍ତୁ। ହୁଏତ ସେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବେ।”


ଆହାବ ଏହିକଥା ଶୁଣି ଅତ୍ୟନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ୱରୂପ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।


ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମକୁ, ଲେଖକ ଶିବ୍‌ନକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟକୁ ପଠାଇଲେ।


Swiv nou:

Piblisite


Piblisite