Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 8:11 - ପବିତ୍ର ବାଇବଲ

11 ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ,

Gade chapit la Kopi

ଓଡିଆ ବାଇବେଲ

11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,

Gade chapit la Kopi




2 ଶାମୁୟେଲ 8:11
8 Referans Kwoze  

ଏହିରୂପେ ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ କାର୍ଯ୍ୟ ରାଜା ଶଲୋମନ ସମ୍ପୂର୍ଣ୍ଣ କଲେ। ସେ ମନ୍ଦିର ନିମନ୍ତେ ଉତ୍ସର୍ଗିତ କରିଥିବା ସମସ୍ତ ସାମଗ୍ରୀ, ଯଥା: ରୂପା, ସୁନା ଓ ପାତ୍ରଗୁଡ଼ିକ ତାଙ୍କ ପ୍ରତି ଦାଉଦଙ୍କ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ରଖିଲେ।


“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”


ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି।


ରାଜା ଦାଉଦ ସେହିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମୋୟାବ ଓ ଅମ୍ମୋନୀୟ, ପଲେଷ୍ଟୀୟ ଓ ଅମାଲେକୀୟମାନଙ୍କଠାରୁ ଆଣିଥିବା ରୂପା ଓ ସୁନାରେ ଠିକ୍ ସେହି ପ୍ରକାର ସାମଗ୍ରୀ ତିଆରି କଲେ।


ତେଣୁ ତୋହି ତାଙ୍କର ପୁତ୍ର ଯୋରାମକୁ ରାଜା ଦାଉଦଙ୍କୁ ଅଭ୍ୟର୍ଥନା କରିବା ପାଇଁ ଓ ଯୁଦ୍ଧରେ ହଦଦେଷର ବିରୁଦ୍ଧରେ ଜୟଲାଭ କରିଥିବାରୁ ଶୁଭେଚ୍ଛା ଜଣାଇବା ପାଇଁ ପଠାଇଲେ। ପୂର୍ବରୁ ହଦଦେଷର ତୋହି ସହିତ ଯୁଦ୍ଧରେ ରତ ଥିଲେ। ଯୋରାମ ନିଜ ସଙ୍ଗରେ ସୁନା, ରୂପା ଓ ପିତ୍ତଳ ଉପହାରମାନ ମଧ୍ୟ ଆଣିଥିଲେ।


ଏହା ପରେ ଶଲୋମନଙ୍କ ଦ୍ୱାରା ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରତ୍ୟେକ ବିଷୟ ସେ ବ୍ୟବହାର କଲେ। ପ୍ରତ୍ୟେକ ଆସବାବପତ୍ର ଏବଂ ରୂପା ଓ ସୁନାରେ ନିର୍ମିତ ପ୍ରତ୍ୟେକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ୱରଙ୍କ ମନ୍ଦିରର ଭଣ୍ଡାର ଗୃହରେ ରଖିଲେ।


Swiv nou:

Piblisite


Piblisite