2 ଶାମୁୟେଲ 8:2 - ପବିତ୍ର ବାଇବଲ2 ଦାଉଦ ମଧ୍ୟ ମୋୟାବକୁ ପରାସ୍ତ କଲେ। ସେ ସେମାନଙ୍କୁ ଭୂମିରେ ପଡ଼ି ରହିବା ପାଇଁ ବାଧ୍ୟ କଲେ, ସେ ସେମାନଙ୍କୁ ଏକ ଦଉଡ଼ି ଦ୍ୱାରା ଦୁଇ ଦଳରେ ବିଭକ୍ତ କଲେ। ଦୁଇ ଧାଡ଼ିର ପୁରୁଷ ଲୋକମାନଙ୍କୁ ହତ୍ୟା କରାଗଲା, କିନ୍ତୁ ତୃତୀୟ ଧାଡ଼ିଟିକୁ ଜୀବନ୍ତ ଛାଡ଼ି ଦିଆଗଲା। ତା'ପରେ ମୋୟାବୀୟମାନେ ଦାଉଦଙ୍କର ସେବକ ହେଲେ ଓ ତାକୁ କର ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । Gade chapit laଓଡିଆ ବାଇବେଲ2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ। Gade chapit la |
କିନ୍ତୁ କେତେ ଖଳ ବ୍ୟକ୍ତି କହିଲେ, “କେମିତି ଏ ଲୋକ ଆମକୁ ରକ୍ଷା କରିବ?” ସେମାନେ ଶାଉଲଙ୍କ ବିରୁଦ୍ଧରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକୁ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ। ଅମ୍ମୋନୀୟକ ରାଜା ନାହଶ୍ ଗାଥ୍ ଓ ରୁବେନ୍ ଗୋଷ୍ଠୀଙ୍କ ଉପରେ ଆକ୍ରମଣ ଚଲାଉ ଥିଲେ। ନାହଶ୍ ସେମାନଙ୍କ ଦକ୍ଷିଣ ଚକ୍ଷୁ ଉପାଡ଼ି ଦେଉଥିଲେ। ଯର୍ଦ୍ଦନ ନଦୀର ପୂର୍ବ ଅବବାହିକାରେ ବାସ କରୁଥିବା ଇସ୍ରାଏଲୀୟମାନଙ୍କୁ ମଧ୍ୟ ସେ ନାଲି ଆଖି ଦେଖାଇ ରଖିଥିଲେ। ସେଥିପାଇଁ 7,000 ଇସ୍ରାଏଲୀୟ ଅମ୍ମୋନୀୟଠାରୁ ବାହାରି ଆସି ଯାବେଶ୍ ଗିଲିୟଦରେ ଅବସ୍ଥାନ କଲେ।