Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 8:8 - ପବିତ୍ର ବାଇବଲ

8 ଦାଉଦ ମଧ୍ୟ ହଦଦେଷର ସହର ବେଟହ ଓ ବେରୋଥାରୁ ବହୁତ ଦ୍ରବ୍ୟ ଓ ଅପାର ପିତ୍ତଳ ନେଇ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।

Gade chapit la Kopi




2 ଶାମୁୟେଲ 8:8
9 Referans Kwoze  

ଦାଉଦ ଆହୁରି ମଧ୍ୟ ହଦରେଷରର ଟିଭତ୍ ଓ କୂନ୍ ସହରରୁ ବହୁତ ପିତ୍ତଳ ଆଣିଲେ। ଶଲୋମନ ସେହି ପିତ୍ତଳରୁ ପିତ୍ତଳ ଜଳଧାର, ପିତ୍ତଳ ସ୍ତମ୍ଭ ଓ ଅନ୍ୟାନ୍ୟ ବସ୍ତୁ ନିର୍ମାଣ କଲେ।


ହମାତ୍, ବରୋଥା, ଦମ୍ମେଶକ ଓ ହମାତର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହ‌‌ତ୍‌‌ତ୍ସର ହତ୍ତୀକୋନ୍।


ସେମାନେ ଏହି ସମସ୍ତ ବସ୍ତୁ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଦେଲେ: ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।


ସେମାନେ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ ଓ ଲୁହା କାର୍ଯ୍ୟରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ୟ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ଯ୍ୟ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।”


“ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଅଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ୱର୍ଣ୍ଣ ଦେଇଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦେଇଅଛି। ମୁଁ ଏତେ ପରିମାଣରେ ପିତ୍ତଳ ଓ ଲୁହା ଦେଇଅଛି ଯେ, ତାହା ତୌଲ କରାଯାଇ ନ ପାରେ। ମୁଁ କାଠ ଓ ପ୍ରସ୍ତର ମଧ୍ୟ ଦେଇଅଛି। ଶଲୋମନ, ତୁମ୍ଭେ ସେଥିରେ ଆହୁରି ଯୋଗ କରିପାର।


ଦାଉଦ ହଦଦେଷର ଅଧିକାରୀମାନଙ୍କ ପାଖରେ ଥିବା ସୁବର୍ଣ୍ଣ ଢାଲଗୁଡ଼ିକ ଛଡ଼ାଇ ଆଣିଲେ। ଦାଉଦ ସେହି ସୁବର୍ଣ୍ଣ ଢାଲଗୁଡ଼ିକ ଯିରୁଶାଲମକୁ ନେଇ ଆସିଲେ।


ପୁଣି ପରମେଶ୍ୱର ଇଲିୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ। ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା।


ପରେ ଦାଉଦ ପଲେଷ୍ଟୀୟ ଲୋକଙ୍କୁ ଆକ୍ରମଣ କଲେ। ସେ ସେମାନଙ୍କୁ ପରାସ୍ତ କଲେ। ସେ ପଲେଷ୍ଟୀୟମାନଙ୍କଠାରୁ ଗାଥ୍ ସହର ଓ ତାହାର ଚତୁର୍ଦ୍ଦିଗରେ ଥିବା କ୍ଷୁଦ୍ର ସହରଗୁଡ଼ିକୁ ଚ୍ଛିନ୍ନ କରି ନେଇଗଲେ।


Swiv nou:

Piblisite


Piblisite