୨ ଥେସଲନୀକୀୟ 1:10 - ପବିତ୍ର ବାଇବଲ10 ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣରେ ମହିମା ମଣ୍ଡିତ ହେବା ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ୱାସ କରିଛନ୍ତି, ସେମାନେ ଯୀଶୁଙ୍କୁ ଦେଖି ବିସ୍ମିତ ହେବେ। ଯେହେତୁ ତୁମ୍ଭେମାନେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ୱାସ କରିଛ, ସେଥିପାଇଁ ସେହି ବିଶ୍ୱାସୀ ମଣ୍ଡଳୀରେ ତୁମ୍ଭେମାନେ ମଧ୍ୟ ଥିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେହିଦିନ ସେମାନେ ଦଣ୍ତ ପାଇବେ, ଅର୍ଥାତ୍, ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରୀକୃତ ହୋଇ ଅନ; ବିନାଶ ଭୋଗ କରିବେ। Gade chapit laଓଡିଆ ବାଇବେଲ10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)10 କିନ୍ତୁ ସେହି ଦିନ ସେ ତାଙ୍କ ଲୋକମାନଙ୍କଠାରୁ ଓ ସମସ୍ତ ବିଶ୍ୱାସୀଙ୍କଠାରୁ ସମ୍ମାନ ଓ ଗୌରବ ପାଇବେ। ଏମାନଙ୍କ ମଧ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ତର୍ଭୁକ୍ତ ହେବ, କାରଣ ଆମେ ତୁମକୁ ଯେୁଁ ବାର୍ତ୍ତା ଦେଇଥିଲୁ, ସେଥିରେ ତୁମ୍ଭେମାନେ ବିଶ୍ୱାସ କରିଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ। Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।