୨ ଥେସଲନୀକୀୟ 1:11 - ପବିତ୍ର ବାଇବଲ11 ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଣୁ ଆମ୍ଭମାନଙ୍କ ଈଶ୍ଵର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ଵାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ସତ୍କାମନା ଓ ବିଶ୍ଵାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; Gade chapit laଓଡିଆ ବାଇବେଲ11 ଏଣୁ ଆମ୍ଭମାନଙ୍କ ଈଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; Gade chapit laପବିତ୍ର ବାଇବଲ (CL) NT (BSI)11 ସେଥିପାଇଁ ଆମେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କୁ ଯେଉଁ ଜୀବନ ଯାପନ କରିବା ନିମନ୍ତେ ଈଶ୍ୱର ଆହ୍ୱାନ କରିଛନ୍ତି, ତାହା କରିବା ପାଇଁ ଆମେ ଈଶ୍ୱରଙ୍କୁ ନିବେଦନ କରୁଛୁ। ତାଙ୍କ ଶକ୍ତିରେ ସେ ତୁମର ସମସ୍ତ ସତ୍ କାମନା ପୂରଣ କରି ତୁମ୍ଭମାନଙ୍କର ବିଶ୍ୱାସକୁ ପରିପକ୍ୱ କରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; Gade chapit la |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।