୨ ଥେସଲନୀକୀୟ 1:4 - ପବିତ୍ର ବାଇବଲ4 ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କ୍ଲେଶ ଭୋଗ କରୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ଵରଙ୍କ ମଣ୍ତଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଦର୍ପ କରିଥାଉ। Gade chapit laଓଡିଆ ବାଇବେଲ4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ୱରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ । Gade chapit laପବିତ୍ର ବାଇବଲ (CL) NT (BSI)4 ତେଣୁ ଈଶ୍ୱରଙ୍କ ଉପାସକ ମଣ୍ଡଳୀମାନଙ୍କରେ ତୁମକୁ ନେଇ ଆମେ ଦର୍ପ କରିଥାଉ। ତୁମ୍ଭେମାନେ କିପରି ସମସ୍ତ କ୍ଲେଶ ଓ ତାଡ଼ନା ସହ୍ୟ କରି ନିଜ ବିଶ୍ୱାସରେ ଅବିଚଳିତ ରହିଛ, ଏ କଥା ଆମେ ଗର୍ବର ସହିତ ପ୍ରକାଶ କରିଥାଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ। Gade chapit la |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।
ଯେପରି ମୁଁ ସେମାନଙ୍କୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଗ୍ଭହେଁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। ଯଦି କେତେକ ଲୋକ ମାକିଦନିଆରୁ ମୋ’ ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠାରେ ଆମ୍ଭର ବିଶ୍ୱାସ ଥିବା ହେତୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭେମାନେ ମଧ୍ୟ ଲଜ୍ଜିତ ହେବ।