Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:7 - ପବିତ୍ର ବାଇବଲ

7 ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଇତିମଧ୍ୟରେ ତା’ର ରହସ୍ୟପୂର୍ଣ୍ଣ ଦୂରନ୍ତପଣ ପାର୍ଯ୍ୟ କରୁଅଛି; ମାତ୍ର ତାହାର ପ୍ରତିରୋଧକାରୀ ବ୍ୟକ୍ତି ଦୂର ନ ହେବା ପର୍ଯ୍ୟନ୍ତ ସେହି ଦୁର୍ଘଟଣା ଘଟିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।

Gade chapit la Kopi




୨ ଥେସଲନୀକୀୟ 2:7
9 Referans Kwoze  

ପିଲାମାନେ! ବର୍ତ୍ତମାନ ଶେଷକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସେହିପରି ଅନେକ ସଂଖ୍ୟାରେ ଖ୍ରୀଷ୍ଟ ବିରୋଧୀମାନେ ଦେଖା ଦେଲେଣି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତରେ ଶେଷ କାଳ ଆସି ପହଞ୍ଚିଛି।


ମୁଁ ଜାଣେ, ମୋ’ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ। ସେମାନେ ଏହି ମେଷ ପଲକୁ ନଷ୍ଟ କରିବା ପାଇଁ ଚେଷ୍ଟା କରିବେ।


ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟରେ ଏପରି ସାକ୍ଷ୍ୟ ଦିଅନ୍ତି ନାହିଁ, ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆସି ନାହିଁ, ସେମାନେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧରେ ତୁମ୍ଭେମାନେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତରେ ରହିଛି।


ତା'ପରେ ସେ ଦୂତ ମୋତେ କହିଲେ, “ତୁମ୍ଭେ କାହିଁକି ଆଶ୍ଚର୍ଯ୍ୟ ହେଉଛ? ମୁଁ ତୁମ୍ଭକୁ ଏହି ସ୍ତ୍ରୀଲୋକର ରହସ୍ୟ କହିବି ଓ ସପ୍ତ ମସ୍ତକ ଓ ଦଶଶିଙ୍ଗ ବିଶିଷ୍ଟ ତା'ର ବାହନ ପଶୁ ବିଷୟରେ ମଧ୍ୟ କହିବି।


ତା'ର କପାଳରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲେଖା ହେଲା: ମହାନ୍ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସବୁ ଘୃଣ୍ୟ ବିଷୟସକଳର ମାତା।


ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।


ମନେ ଅଛି କି? ଏବେ ମନ୍ଦବ୍ୟକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭେମାନେ ଜାଣିଛ। ଯେତେବେଳେ ଉଚିତ୍ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି।


Swiv nou:

Piblisite


Piblisite