Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:13 - ପବିତ୍ର ବାଇବଲ

13 ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କେବେ ହେଲେ କ୍ଳାନ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ହେ ଭ୍ରାତୃବୃନ୍ଦ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲା; ନ ହୁଅ।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ହୁଅ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ମାତ୍ର ଭାଇମାନେ, ତୁମେ ସତ୍ କର୍ମ କରିବାରେ କ୍ଲାନ୍ତ ହୁଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଳାନ୍ତ ହୁଅ ନାହିଁ।

Gade chapit la Kopi




୨ ଥେସଲନୀକୀୟ 3:13
17 Referans Kwoze  

ଯୀଶୁଙ୍କ ବିଷୟରେ ଭାବି ଦେଖ। ଯେତେବେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧରେ କିଛି କରୁଥିଲେ, ସେ ଅତି ଧୈର୍ଯ୍ୟର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭେମାନେ ମଧ୍ୟ ସେହିଭଳି ଧୈର୍ଯ୍ୟବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।


ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।


ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।


ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।


ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଗଣ ହୋଇଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ୱନାର ବାକ୍ୟ କୁହନ୍ତି। ତୁମ୍ଭେମାନେ ସେହି ବାକ୍ୟଗୁଡ଼ିକୁ ଭୁଲି ଯାଇଛ: “ହେ ମୋର ପୁତ୍ର! ଯେତେବେଳେ ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତି ଭାବ ନାହିଁ ଯେ ତାହା ମୂଲ୍ୟହୀନ, ଓ ଯେତେବେଳେ ପ୍ରଭୁ ତୁମ୍ଭର ସଂଶୋଧନ କରନ୍ତି ଚେଷ୍ଟା କରିବାରେ ନିରୁତ୍ସାହ ହୁଅ ନାହିଁ।


ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଉପଦେଶ ଦେଉଥିଲେ ଯେ, ସେମାନେ ସଦାବାଳେ ପ୍ରାର୍ଥନା କରିବା ଉଚିତ୍। ଏବଂ କେବେ ହେଲେ ଭରସା ହରେଇବା ଉଚିତ୍ ନୁହେଁ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ,


ସେତେବେଳେ ଯିରୁଶାଲମକୁ କୁହାଯିବ, “ଭୟ କର ନାହିଁ, ତୁମ୍ଭର ହସ୍ତ ଦୁର୍ବଳ ହେବ ନାହିଁ।


ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ, ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।


ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ: ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ;


କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।


ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁ‌ଗ୍‌ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁ‌ଗ୍‌ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।


“ଅଧିକାରୀଗଣ ଲୋକମାନଙ୍କୁ କହିବେ, ‘ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି କି? ସେ ଫେରି ଆପଣା ଗୃହକୁ ଯାଉ, ଯେମିତି ସେ ତା'ର ଭାଇର ହୃଦୟକୁ ଭୟରେ ତରଳାଇ ନ ଦେଉ।’


ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତାରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ୟ ପରମେଶ୍ୱରଙ୍କ ବଶୀଭୂତ ହେବେ। ଯେଉଁ ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସେହି ଖ୍ରୀଷ୍ଟ ପରମେଶ୍ୱରଙ୍କ ବଶୀଭୂତ ହେବେ ଓ ଏହିଭଳି ପ୍ରତ୍ୟେକ ବିଷୟ ଉପରେ ପରମେଶ୍ୱର ଶାସନ ପ୍ରତିଷ୍ଠିତ କରିବେ।


କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ।


Swiv nou:

Piblisite


Piblisite