Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:8 - ପବିତ୍ର ବାଇବଲ

8 ମୂଲ୍ୟ ନ ଦେଇ ଆମ୍ଭେ କାହାରି ଘରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭେମାନେ କାହାରି ଉପରେ ଭାର ସ୍ୱରୂପ ନ ହେବୁ ବୋଲି ସର୍ବଦା କର୍ମରତ ରହୁଥିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିଅବା ବିନାମୂଲ୍ୟରେ କାହାରି ଅନ୍ନ ଭୋଜନ କରି ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଭାର ସ୍ଵରୂପ ନ ହେବା ପାଇଁ ପରିଶ୍ରମ ଓ କ୍ଳେଶ ସହ ଦିବାରାତ୍ର କାର୍ଯ୍ୟ କରିଥିଲୁ;

Gade chapit la Kopi

ଓଡିଆ ବାଇବେଲ

8 କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ବିନାମୂଲ୍ୟରେ ଆମେ କାହାଠାରୁ ଅନ୍ନ ଗ୍ରହଣ କରି ନ ଥିଲୁ। ବରଂ କାହାରି ଉପରେ ବୋଝ ନ ହେବା ପାଇଁ ଆମେ କଷ୍ଟ ସ୍ୱୀକାର କରି ଦିନ ରାତି ପରିଶ୍ରମ କରିଥିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;

Gade chapit la Kopi




୨ ଥେସଲନୀକୀୟ 3:8
14 Referans Kwoze  

ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।


ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମନେ ପକାଅ ଯେ, ଆମ୍ଭେ କେତେ କଠିନ ପରିଶ୍ରମ କରିଛୁ। ଆମ୍ଭେ ଦିନରାତି କାମ କରିଛୁ। ଆମ୍ଭେମାନେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କଲାବେଳେ, ତୁମ୍ଭେମାନେ ଆମ୍ଭକୁ କିଛି ଦେଇ ଭାରାକ୍ରାନ୍ତ ହୁଅ, ସେ କଥା ଆମ୍ଭେ ଗ୍ଭହିଁଲୁ ନାହିଁ।


ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ।


ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ଯ୍ୟର ଯତ୍ନ ନିଅ। ନିଜ ହାତରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।


ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା'ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।


ଆମ୍ଭର ଲାଗି ଆମ୍ଭେ ହାତରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ।


ଆମ୍ଭେ ସେମାନଙ୍କୁ ଆଦେଶ ଦେଉଛୁ ଯେ, ସେମାନେ ଅନ୍ୟମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ିଦିଅନ୍ତୁ। ସେମାନେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେ ଅନୁରୋଧ କରୁଛୁ ଯେ, ସେମାନେ ଏପରି କରନ୍ତୁ।


ତୁମ୍ଭମାନଙ୍କ ସହିତ ଥିବା ବେଳେ, ମୋର ଆବଶ୍ୟକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସେମାନେ ମୋର ସମସ୍ତ ଆବଶ୍ୟକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହୋଇ ନାହିଁ ଓ ଭବିଷ୍ୟତରେ ମଧ୍ୟ କଦାପି ହେବି ନାହିଁ।


ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି।


ସେ କେବେ ଅଳସୁଆ ହୁଏ ନାହିଁ। ସେ ତା'ର ଗୃହର ପ୍ରତ୍ୟେକ ଦ୍ରବ୍ୟର ଯତ୍ନ ନିଏ।


ସେ ସମୟରେ ପ୍ରତିଦିନ ଏକ ବଳଦ ଓ ଛଅଟି ବଛା ମେଷ ରୋଷେଇ କରାଗଲା। ମୋ’ ପାଇଁ କେତେକ ପକ୍ଷୀପାକ କରାଗଲା ଓ ଦଶ ଦିନରେ ଥରେ ସବୁ ପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା। ତଥାପି ମୁଁ ଏହିସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ମାଗିଲି ନାହିଁ। ଲୋକମାନଙ୍କ ଉପରେ ଭାର ଗୁରୁତର ହୋଇଥିଲା।


ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ?


ମୁଁ କଠୋର ପରିଶ୍ରମ କରି କ୍ଳାନ୍ତିପୂର୍ଣ୍ଣ ଜୀବନଯାପନ କରିଛି। ଅନେକ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ୟଦେଇ ଗତି କରିଛି। ଅନେକ ଥର ମୋ’ ପାଖରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡାରେ ମୁଁ ରହିଛି।


ଆମ୍ଭେମାନେ ବିନୟ କରି କହୁଅଛୁ, ଆମ୍ଭେମାନେ ଯର୍ଦ୍ଦନ ନଦୀ କୂଳକୁ ଯାଇ ପ୍ରତ୍ୟେକ ଜଣ ଗୋଟିଏ ଗୋଟିଏ କଡ଼ିକାଠ ଆଣି ନିଜ ନିଜ ବସତି ପାଇଁ ଗୋଟିଏ ସ୍ଥାନ ନିର୍ମାଣ କରୁ।” ଇଲୀଶାୟ ଉତ୍ତର ଦେଲେ, “ଏହା ଉତ୍ତମ, ଯାଇ ତାହା କର।”


Swiv nou:

Piblisite


Piblisite