Biblia Todo Logo
Bib sou entènèt

- Piblisite -




୨ ତୀମଥି 1:9 - ପବିତ୍ର ବାଇବଲ

9 ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ଵାନରେ ଆହ୍ଵାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମାନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି ; ସେହି ଅନୁଗ୍ରହ ଅନାଦିକାଳ ପୂର୍ବରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ପ୍ରଦତ୍ତ ହୋଇଥିଲା,

Gade chapit la Kopi

ଓଡିଆ ବାଇବେଲ

9 ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,

Gade chapit la Kopi




୨ ତୀମଥି 1:9
41 Referans Kwoze  

ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।


ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସେହି ବିଶ୍ୱାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହେବା ପୂର୍ବରୁ ପରମେଶ୍ୱର ସେହି ଅନନ୍ତ ଜୀବନର ପ୍ରତିଶୃତି ଦେଇଥିଲେ ଓ ପରମେଶ୍ୱର ମିଛ କହନ୍ତି ନାହିଁ।


ଦୁଇଟି ପୁତ୍ର ଜନ୍ମ ହେବା ପୂର୍ବରୁ ଓ ସେମାନେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ୱର ରିବିକାକୁ କହିଥିଲେ, ବଡ଼ ପୁତ୍ରଟି ସାନଟିର ସେବା କରିବ। ପରମେଶ୍ୱରଙ୍କ ମନୋନୟନ ତାହାଙ୍କ ଯୋଜନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥିଲେ ସେହି କାରଣରୁ ହେଲା।


“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।


ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।


ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।


ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ।


ମୁଁ ସେମାନଙ୍କ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମୋତେ ଦେଇଥିଲ। କାରଣ ସେମାନେ ତୁମ୍ଭର ଅଟନ୍ତି।


କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।


ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି।


ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।


ପରମେଶ୍ୱର ଆମ୍ଭକୁ ପବିତ୍ର ହେବା ପାଇଁ ଆହ୍ୱାନ କରିଛନ୍ତି। ଆମ୍ଭେ ପାପରେ ଜୀବନଯାପନ କରିବା ପାଇଁ ସେ ଗ୍ଭହାନ୍ତି ନାହିଁ।


ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ।


ମୋର ପରମପିତା ମୋତେ ମୋ’ ଲୋକମାନଙ୍କୁ ଦେଇଛନ୍ତି। ସେମାନେ ପ୍ରତ୍ୟେକ ମୋ’ ପାଖକୁ ଆସିବେ। ମୁଁ ସର୍ବଦା ମୋ’ ପାଖକୁ ଆସୁଥିବା ପ୍ରତ୍ୟେକଙ୍କୁ ଗ୍ରହଣ କରିବି।


ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ୱରରୁ ଉଠି ଆସି ଧ୍ୱଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲେଖା ହୋଇ ନାହିଁ, ସେହି ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେବେ, କାରଣ ସେ ଅତୀତରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।


ସମୟର ପ୍ରାରମ୍ଭରୁ ପରମେଶ୍ୱରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମେଳ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ଏହା ସମ୍ପନ୍ନ କଲେ।


ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।


ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।


ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।


ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ।


ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।


ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।” ‌‌‌‌‌‌‌‌


ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।


ଏହା ଯୁଗ ଆରମ୍ଭରୁ ଜଣାଅଛି।’


ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉ‌‌‌ଦ୍‌‌‌ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି।


ପରମେଶ୍ୱର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡ଼ିକ ଦିଅନ୍ତି; ସେମାନଙ୍କ ପ୍ରତି ପରମେଶ୍ୱର ନିଜର ମନ କେବେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।


ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।


ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ମୁଁ ପ୍ରେରିତ ହୋଇଛି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନର ପ୍ରତିଜ୍ଞା ବିଷୟରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ୱର ମୋତେ ପଠାଇଲେ।


Swiv nou:

Piblisite


Piblisite