୨ ତୀମଥି 2:14 - ପବିତ୍ର ବାଇବଲ14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଗ୍ଯୁଦ୍ଧ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ ରୂପେ ଆଜ୍ଞା ଦିଅ। Gade chapit laଓଡିଆ ବାଇବେଲ14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ । Gade chapit laପବିତ୍ର ବାଇବଲ (CL) NT (BSI)14 ତୁମ ମଣ୍ଡଳୀର ଲୋକମାନଙ୍କୁ ଏହି ସବୁ ବିଷୟ ସ୍ମରଣ କରାଇ ଦିଅ ଏବଂ ଶାସ୍ତ୍ରର ଶବ୍ଦାର୍ଥ ବିଷୟରେ ବୃଥା ବାଗ୍ୟୁଦ୍ଧ ନ କରିବାକୁ ସେମାନଙ୍କୁ ସତର୍କ କରିଦିଅ। ଏଭଳି ବାଗ୍ୟୁଦ୍ଧ କାହାରି କିଛି ମଙ୍ଗଳ କରେ ନାହିଁ - ବରଂ ଯେଉଁମାନେ ସେଥିରେ କର୍ଣ୍ଣପାତ କରନ୍ତି, ସେମାନଙ୍କର ସର୍ବନାଶ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ। Gade chapit la |
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”
ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।