୨ ତୀମଥି 2:22 - ପବିତ୍ର ବାଇବଲ22 ଯୁବକମାନେ ଯେଉଁସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସେଗୁଡ଼ିକରୁ ଦୂରରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ୱାସ, ପ୍ରେମ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ୱାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସେମାନଙ୍କ ସହିତ ମିଶି ଉକ୍ତ ଆଚରଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ଵାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ। Gade chapit laଓଡିଆ ବାଇବେଲ22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)22 ଯେଉଁମାନେ ନିର୍ମଳ ହୃଦୟରେ ଈଶ୍ୱରଙ୍କ ସାହାଯ୍ୟ ପ୍ରାର୍ଥନା କରୁଥାନ୍ତି, ସେମାନଙ୍କ ସଂସ୍ପର୍ଶରେ ରହି ତୁମେ ଯୌବନର ଉତ୍ତେଜନାଗୁଡ଼ିକୁ ଆୟତ୍ତ କର - ପୁଣି ଧାର୍ମିକତା, ବିଶ୍ୱସ୍ତତା, ପ୍ରେମ ଓ ଶାନ୍ତି ପ୍ରତିଷ୍ଠା ପାଇଁ କାର୍ଯ୍ୟ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।