Biblia Todo Logo
Bib sou entènèt

- Piblisite -




୩ ଯୋହନ 1:7 - ପବିତ୍ର ବାଇବଲ

7 ସେହି ଭାଇମାନେ ଖ୍ରୀଷ୍ଟଙ୍କର ସେବା ପାଇଁ ଭ୍ରମଣ କରନ୍ତି। ସେମାନେ ବିଶ୍ୱାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଣୁ ସେମାନେ ବିଜାତିମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଯେଣୁ ସେମାନେ ଅଣଯିହୂଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କାରଣ ସେମାନେ ଅଣ-ବିଶ୍ୱାସୀମାନଙ୍କଠାରୁ କୌଣସି ସାହାଯ୍ୟ ନ ନେଇ ଖ୍ରୀଷ୍ଟଙ୍କ ସେବା ପାଇଁ ଏହି ଯାତ୍ରାରେ ବାହାରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।

Gade chapit la Kopi




୩ ଯୋହନ 1:7
17 Referans Kwoze  

ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।


ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି।


ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭେମାନେ ମଧ୍ୟ ପାଇଛ। କେବଳ ଗୋଟିଏ କଥା ତନ୍ମଧ୍ୟରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କେବେ ହେଲେ ଭାରସ୍ୱରୂପ ନ ଥିଲି। ଏଥିପାଇଁ ମୋତେ କ୍ଷମା କରି ଦିଅ।


ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ।


ତା'ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।


ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”


ଯେଉଁମାନେ ଛିନ୍ନ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ।


ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି।


ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ।


ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତେବେଳେ ମୁଁ କେବେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦେଖାଇ ନାହିଁ।


ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’”


ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।


ତେଣୁ ଆମ୍ଭେ ସେହି ଭାଇମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ତାହାଙ୍କୁ ସାହାଯ୍ୟ କରିବା ଦ୍ୱାରା ଆମ୍ଭେ ସତ୍ୟ ନିମନ୍ତେ ସେମାନଙ୍କର କାର୍ଯ୍ୟରେ ଭାଗୀଦାର ହୋଇପାରିବା।


Swiv nou:

Piblisite


Piblisite