Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:4 - ପବିତ୍ର ବାଇବଲ

4 ଦିନେ ଯେତେବେଳେ ଯୀଶୁ ସେମାନଙ୍କ ସାଙ୍ଗରେ ଭୋଜନ କରୁଥିଲେ, ସେତେବେଳେ ସେ ପ୍ରେରିତମାନଙ୍କୁ ଯିରୁଶାଲମ ନ ଛାଡ଼ିବା ପାଇଁ କହିଲେ। ଯୀଶୁ କହିଲେ, “ପରମେଶ୍ୱର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦେଇଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟରେ ଆଗରୁ କହି ସାରିଛି। ତେଣୁ ସେହି ପ୍ରତିଜ୍ଞା ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୁଶାଲମରେ ଅପେକ୍ଷାରେ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;

Gade chapit la Kopi

ଓଡିଆ ବାଇବେଲ

4 ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ଏକତ୍ରିତ ଥିବା ସମୟରେ ଯୀଶୁ ସେମାନଙ୍କୁ ଏହି ଆଜ୍ଞା ଦେଲେ: “ଯିରୂଶାଲମ ପରିତ୍ୟାଗ କର ନାହିଁ। ପିତା ତୁମ୍ଭମାନଙ୍କୁ ଯାହା ପ୍ରଦାନ କରିବେ ବୋଲି ପ୍ରତିଜ୍ଞା କରିଛନ୍ତି ଏବଂ ଯେଉଁ ଦାନ ବିଷୟରେ ମୁଁ ତୁମ୍ଭମାନଙ୍କୁ କହିଥିଲି, ତାହା ପାଇବା ପର୍ଯ୍ୟନ୍ତ ଅପେକ୍ଷା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;

Gade chapit la Kopi




ପ୍ରେରିତ 1:4
14 Referans Kwoze  

ଶୁଣ, ମୋର ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ୱର୍ଗରୁ ସେହି ଶକ୍ତି ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ନିଶ୍ଚୟ ଯିରୁଶାଲମରେ ରହିବ।”


ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ।


“ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। ସେହି ସାହାଯ୍ୟକାରୀ ସତ୍ୟମୟ ଆତ୍ମା ଅଟନ୍ତି। ସେ ପରମପିତାଙ୍କ ପାଖରୁ ଆସନ୍ତି। ସେ ଯେତେବେଳେ ଆସିବେ, ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।


ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ।


ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।


ଯୀଶୁ ଏହି କଥା କହିବା ପରେ ଶିଷ୍ୟମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେ କହିଲେ, “ପବିତ୍ରଆତ୍ମାଙ୍କୁ ଗ୍ରହଣ କର।


କାରଣ ସେହି ସମୟରେ ପବତ୍ର ଆତ୍ମା ତୁମ୍ଭମାନଙ୍କୁ ଶିଖାଇ ଦେବେ ତୁମ୍ଭମାନଙ୍କୁ କ’ଣ କହିବାକୁ ହେବ।”


ତୁମ୍ଭେମାନେ ଖରାପ ଲୋକ ହୋଇଥିଲେ ମଧ୍ୟ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭେମାନେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦେବେ।”


ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦେଖାଗଲେ ନାହିଁ। ପରମେଶ୍ୱର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସେହିମାନେ କେବଳ ତାହାଙ୍କୁ ଦେଖି ପାରିଲେ। ଆମ୍ଭେମାନେ ସେହି ସାକ୍ଷୀ ଅଟୁ। ଯୀଶୁ ମୃତ୍ୟୁରୁ ଉଠିଲାପରେ ଆମ୍ଭେମାନେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।


ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।


ଯଦି ସେହି ମେଘ ପବିତ୍ର ତମ୍ବୁ ଉପରେ ଦୁଇ ଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ଯାତ୍ରା ବନ୍ଦ କରି ଛାଉଣିରେ ରହିଲେ, ପୁଣି ମେଘ ଯେତେବେଳେ ଗତି କରୁଥିଲା, ସେମାନେ ଯାତ୍ରା କଲେ।


Swiv nou:

Piblisite


Piblisite