Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:6 - ପବିତ୍ର ବାଇବଲ

6 ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ, ହେ ପ୍ରଭୁ, ଆପଣ କଅଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁ ଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଦିନେ ପ୍ରେରିତ ଶିଷ୍ୟମାନେ ଏକତ୍ର ଥିବାବେଳେ ଯୀଶୁଙ୍କୁ ପଚାରିଲେ, “ପ୍ରଭୁ, ଆପଣ କ’ଣ ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କୁ ସେମାନଙ୍କ ରାଜ୍ୟ ଫେରାଇ ଦେବେ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?”

Gade chapit la Kopi




ପ୍ରେରିତ 1:6
23 Referans Kwoze  

ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ।


କେତେକ ଫାରୂଶୀ ଯୀଶୁଙ୍କୁ ପଗ୍ଭରିଲେ, “ପରମେଶ୍ୱରଙ୍କ ରାଜ୍ୟ କେବେ ଆସିବ?” ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ରାଜ୍ୟ ଆସୁଛି। କିନ୍ତୁ ଯେଉଁଭଳି ଭାବରେ ଆସିବ, ତାହାକୁ ତୁମ୍ଭେମାନେ ଆଖିରେ ଦେଖି ପାରିବ ନାହିଁ।


ଆଉ ରାଜତ୍ୱ, କର୍ତ୍ତୃତ୍ୱ ଓ ରାଜ୍ୟ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ। ତାଙ୍କର ରାଜ୍ୟ ଅନନ୍ତ କାଳ ପାଇଁ ସ୍ଥାୟୀ ହେବ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସେବା କରିବେ ଓ ତାଙ୍କର ଆଜ୍ଞାବହ ହେବେ।’


ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”


ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।


ଯୀଶୁ ଉତ୍ତର ଦେଲେ, “ସେମାନେ ଠି‌କ୍‌ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରତ୍ୟେକ ବସ୍ତୁକୁ ଠି‌କ୍‌ କ୍ରମରେ ରଖିବେ।


ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?” ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”


ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।


“ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।


ତାହାହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସେବକ ଦାଉଦର ବଂଶଧରଗଣଙ୍କୁ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବର ବଂଶଧରଗଣ ଉପରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ୟାଖାନ କରିବା କି? ଏହା ହେବ ନାହିଁ, କାରଣ ଆମ୍ଭେ ସେମାନଙ୍କର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସେମାନଙ୍କ ଉପରେ କୃପା କରିବା।”


ଆଦ୍ୟ ସମୟ ପରି ମୁଁ ବିଗ୍ଭରକାରୀଗଣଙ୍କୁ ଫେରାଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନ କରିବି। ତା'ପରେ ତୁମ୍ଭେ ‘ଉତ୍ତମ ଓ ବିଶ୍ୱସ୍ତ ନଗରୀ ବୋଲି କଥିତ ହେବ।”’


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ୱୟ ମଧ୍ୟରୁ ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ। ତା'ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ସେହି ଶିଷ୍ୟଙ୍କୁ ପଛରେ ଆସୁଥିବା ଦେଖି ପିତର ପଗ୍ଭରିଲେ, “ପ୍ରଭୁ, ତାହାଙ୍କ ବିଷୟରେ କ'ଣ ହେବ?”


ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ।


କିନ୍ତୁ ହେ ବୈ‌‌‌ଥ୍‌‌‌ଲେହମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ୟରୁ “ଇସ୍ରାଏଲର ଶାସନକର୍ତ୍ତା” ହେବା ନିମନ୍ତେ ଜଣେ ବ୍ୟକ୍ତି ଆମ୍ଭ ଉଦ୍ଦେଶ୍ୟରେ ଜନ୍ମ ହେବେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହୋଇଅଛି।


ସେହିପରି ଭାବରେ ଇସ୍ରାଏଲର ଲୋକମାନେ ବିନା ରାଜା ଓ ନେତାରେ ଦୀର୍ଘଦିନ ଚଳିବେ। ସେମାନେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସେମାନେ ଯାଜକୀୟ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ।


Swiv nou:

Piblisite


Piblisite