Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:7 - ପବିତ୍ର ବାଇବଲ

7 ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ସେମାନଙ୍କୁ କହିଲେ, ଯେସମସ୍ତ କାଳ କି ସମୟ ପିତା ସ୍ଵକର୍ତ୍ତୃତ୍ଵର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କର ଜାଣିବା ବିଷୟ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

7 ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ କହିଲେ, “ସମୟ ଓ ମୁହୂର୍ତ୍ତକୁ ମୋ’ ପିତା ତାଙ୍କ କର୍ତ୍ତୃତ୍ୱାଧୀନ କରି ରଖିଛନ୍ତି। ଏସବୁ କେବେ ଘଟିବ, ତୁମ୍ଭମାନଙ୍କ ଜାଣିବା ଆବଶ୍ୟକ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।

Gade chapit la Kopi




ପ୍ରେରିତ 1:7
13 Referans Kwoze  

“ସେହି ଦିନ ବା ସେହି ସମୟ କେବେ ଆସିବ, କେହି ଜାଣନ୍ତି ନାହିଁ। ଏପରିକି ସ୍ୱର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କେବଳ ପରମପିତା ଏହା ଜାଣନ୍ତି।


“ସେହି ଦିନ ବା ସେହି ସମୟ ବିଷୟରେ କାହାରିକୁ କିଛି ଜଣା ନାହିଁ। ସ୍ୱର୍ଗଦୂତ ବା ମନୁଷ୍ୟପୁତ୍ର କେହି କିଛି ଜାଣନ୍ତି ନାହିଁ। କେବଳ ଏ କଥା ପରମପିତା ପରମେଶ୍ୱର ଜାଣନ୍ତି।


କିନ୍ତୁ ମୋର ଡାହାଣ ବା ବାମ ପଟରେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ଏହା ପ୍ରସ୍ତୁତ କରାଯାଇଛି, କେବଳ ସେହିମାନେ ସେଥିରେ ବସି ପାରିବେ।”


“ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର ମାତ୍ର ଆମ୍ଭେମାନେ ଯେମନ୍ତ ଏହି ବ୍ୟବସ୍ଥାର ସବୁ ବାକ୍ୟ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ବଂଶାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।


ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।


ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।


କେତେକ ଲୋକଙ୍କୁ ସୈନ୍ୟମାନେ ମାରି ଦେବେ। ଅନ୍ୟ କେତେକଙ୍କୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆଯିବ। ଅଣଯିହୂଦୀଲୋକ ସେମାନଙ୍କର ସମୟ ଶେଷ ନ ହେବା ପର୍ଯ୍ୟନ୍ତ ପବିତ୍ର ନଗର ଯିରୁଶାଲମକୁ ପଦଦଳିତ କରିବେ।


ଏହା ମନେରଖ ଯେ ଶେଷ ଦିନଗୁଡ଼ିକରେ ଅନେକ କଷ୍ଟକର ପରିସ୍ଥିତି ଆସିବ।


ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।


ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,


ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”


“କାହିଁକି ସର୍ବଶକ୍ତିମାନଙ୍କଠାରୁ ସମୟ ଲୁଚି ରହେନି? କିନ୍ତୁ ଯେଉଁମାନେ ତାଙ୍କୁ ଜାଣନ୍ତି, କେତେବେଳେ ସେ ପଦକ୍ଷେପ ନେବେ ତାହା ଜାଣନ୍ତି।”


Swiv nou:

Piblisite


Piblisite