ପ୍ରେରିତ 1:8 - ପବିତ୍ର ବାଇବଲ8 କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।” Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତିପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୁଦା ପ୍ରଦେଶ ଓ ଶମିରୋଣ,, ପୁଣି ପୃଥିବୀର ପ୍ରା; ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ। Gade chapit laଓଡିଆ ବାଇବେଲ8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।" Gade chapit laପବିତ୍ର ବାଇବଲ (CL) NT (BSI)8 କିନ୍ତୁ ତୁମ୍ଭମାନଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ, ତୁମ୍ଭେମାନେ ଶକ୍ତିରେ ପୂର୍ଣ୍ଣ ହେବ ଏବଂ ଯିରୂଶାଲମ, ଯିହୁଦା ଓ ଶମିରୋଣ ଓ ପୃଥିବୀର ଶେଷସୀମା ପର୍ଯ୍ୟନ୍ତ ମୋ’ ପାଇଁ ତୁମ୍ଭେମାନେ ସାକ୍ଷୀ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।” Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ।