Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:15 - ପବିତ୍ର ବାଇବଲ

15 ମାତ୍ର ସେହି ସ୍ୱର ତାଙ୍କୁ ପୁଣି କହିଲେ, “ପରମେଶ୍ୱର ଯେଉଁ ବିଷୟକୁ ପବିତ୍ର କରିଛନ୍ତି, ତୁମ୍ଭେ ତାକୁ ଅପବିତ୍ର କୁହ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁନଶ୍ଚ ଦ୍ଵିତୀୟ ଥର ତାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ଵର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଆଉ ଥରେ ସେ ଶୁଣିଲେ, “ଈଶ୍ୱର ଯାହାକୁ ଶୁଚି କରିଛନ୍ତି, ତୁମେ ତାହାକୁ ଅଶୁଚି ମନେ କର ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।”

Gade chapit la Kopi




ପ୍ରେରିତ 10:15
17 Referans Kwoze  

ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ।


ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା'ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”


ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି।


କାରଣ ଖାଦ୍ୟ ତା'ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।


ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।


ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି।


“ଏହି ସ୍ୱର ମୁଁ ସ୍ୱର୍ଗରୁ ଦ୍ୱିତୀୟ ଥର ପୁଣି ଶୁଣିଲି, ‘ପରମେଶ୍ୱର ଯାହାସବୁ ପବିତ୍ର କରିଛନ୍ତି, ତାହା ତୁମ୍ଭର ଅପବିତ୍ର ବୋଲି କହିବା ଉଚିତ୍ ନୁହେଁ।’


ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ।


ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।


ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ।


ତୁମ୍ଭେମାନେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭେମାନେ ରକ୍ତ ଖାଇବ ନାହିଁ। ତଣ୍ଟି ଚିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭେମାନେ ଖାଇବ ନାହିଁ। ତୁମ୍ଭେମାନେ ଯୌନ ପାପସବୁ କରିବ ନାହିଁ। ଯଦି ତୁମ୍ଭେମାନେ ଏସବୁ ଜିନିଷଠାରୁ ନିଜକୁ ଅଲଗା ରଖିବ, ତେବେ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବ। ବିଦାୟ।


ନଗର ବାହାରେ ଦ୍ରାକ୍ଷା ଫଳ ସବୁ ସେହି ଦ୍ରାକ୍ଷାପେଷା କୁଣ୍ଡରେ ଚିପୁଡ଼ା ହେଲା। ସେହି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ଯ୍ୟନ୍ତ ଉପରକୁ ଉଠି 300 କିଲୋମିଟର ପର୍ଯ୍ୟନ୍ତ ରକ୍ତ ସ୍ରୋତ ହୋଇ ବହିବାରେ ଲାଗିଲା।


ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା।


Swiv nou:

Piblisite


Piblisite