Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:42 - ପବିତ୍ର ବାଇବଲ

42 “ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଗ୍ଭରକ ହେବା ନିମନ୍ତେ କେବଳ ଏକମାତ୍ର ସେ ଯେ ନିଯୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ୟ ଦେବା ପାଇଁ ମଧ୍ୟ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ଵର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

42 ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ଲୋକମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଓ ଈଶ୍ୱର ଯେ ତାଙ୍କୁ ଜୀବିତ ଓ ମୃତମାନଙ୍କ ବିଚାରକର୍ତ୍ତା ରୂପେ ନିଯୁକ୍ତ କରିଛନ୍ତି, ଏ କଥାର ସାକ୍ଷ୍ୟ ଦେବା ପାଇଁ ସେ ଆମ୍ଭମାନଙ୍କୁ ଆଦେଶ ଦେଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।

Gade chapit la Kopi




ପ୍ରେରିତ 10:42
24 Referans Kwoze  

ଆମ୍ଭେ ସମସ୍ତେ ବିଗ୍ଭରିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କର ନ୍ୟାୟାସନ ଆଗରେ ଅବଶ୍ୟ ଠିଆ ହେବୁ। ଆମ୍ଭମାନଙ୍କ ଭିତରୁ ପ୍ରତ୍ୟେକ, ଏହି ପାର୍ଥିବ ଶରୀର ଧାରଣ କରିଥିଲାବେଳେ ଯାହାକିଛି ଭଲ ବା ମନ୍ଦ କରିଛୁ, ତା’ ପାଇଁ ପ୍ରତିଦାନ ପାଇବ।


ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ।


ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।


ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”


“ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା।


ମୁଁ ଯୀଶୁଙ୍କର ସମ୍ପୂର୍ଣ୍ଣ ଜୀବନ ସମ୍ପର୍କରେ ଆରମ୍ଭରୁ ତାହାଙ୍କୁ ସ୍ୱର୍ଗକୁ ନିଆଯିବା ପର୍ଯ୍ୟନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ରେରିତମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଯୀଶୁ, ପ୍ରେରିତମାନେ କ’ଣ କରିବା ଉଚିତ୍, ସେହି କଥା କହିଲେ।


ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।


ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।


“ତୁମ୍ଭେମାନେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟରେ କୁହ।”


କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”


ମୋର ପାଞ୍ଚ ଜଣ ଭାଇ ଅଛନ୍ତି। ଲାଜାର ମୋର ଭାଇମାନଙ୍କୁ ସତର୍କ କରାଇ ଦେବ। ତା'ହେଲେ ସେମାନେ ଏ ଯନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।’


ପରମେଶ୍ୱର ଯେପରି ନିରୂପଣ କରିଛନ୍ତି, ମନୁଷ୍ୟପୁତ୍ର ସେହି ଅନୁସାରେ ମୃତ୍ୟୁ ଭୋଗ କରିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେଉଁ ଲୋକ ହତ ହେବା ପାଇଁ ଶତ୍ରୁ ହାତରେ ଦେଇଦେବ, ତା’ ପକ୍ଷରେ ଏହା ବହୁତ ଖରାପ ହେବ।”


କିନ୍ତୁ ପାଉଲ ଯେତେବେଳେ ଧାର୍ମିକ ଜୀବନ, ଆତ୍ମସଂଯମ ଓ ଆଗାମୀ ବିଗ୍ଭର ବିଷୟରେ କହିଲେ, ସେତେବେଳେ ଫେଲୀ‌କ୍‌ସ୍ ଭୟଭୀତ ହୋଇଗଲେ। ଫେଲୀ‌କ୍‌ସ୍ କହିଲେ, “ବର୍ତ୍ତମାନ ତୁମ୍ଭେ ଯାଅ। ମୋର ସମୟ ହେଲେ ମୁଁ ତୁମ୍ଭକୁ ଡାକିବି।”


ଯେଉଁ ଦିନ ପରମେଶ୍ୱର ଲୋକମାନଙ୍କ ଭିତରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ୟାୟବିଗ୍ଭର କରିବେ ସେହି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଗ୍ଭର ଲୋକମାନଙ୍କୁ କହୁଛି, ତାହା କୁହେ ଯେ, ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା, ଲୋକମାନଙ୍କର ନ୍ୟାୟବିଗ୍ଭର କରିବେ।


Swiv nou:

Piblisite


Piblisite