Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:10 - ପବିତ୍ର ବାଇବଲ

10 ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଙ୍କୁ ଟପି ଗୋଟିଏ ଲୁହା ଫାଟକ ପାଖକୁ ଆସିଲେ। ଏହା କାରାଗାରକୁ ନଗରରୁ ବିଚ୍ଛିନ୍ନ କରୁଥିଲା। ଏହା ଆପେ ଆପେ ଖୋଲିଗଲା ଓ ସେମାନେ ବାହାରକୁ ଗ୍ଭଲିଗଲେ। ସେମାନେ ଗୋଟିଏ ଗଳିର ଶେଷ ଆଡ଼କୁ ଗଲାପରେ ହଠାତ୍ ସ୍ୱର୍ଗଦୂତ ଜଣକ ପିତରଙ୍କୁ ଛାଡ଼ି ଗ୍ଭଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେତେବେଳେ ସେମାନେ ପ୍ରଥମ ଓ ଦ୍ଵିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ଵାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ଵାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ତର ଶେଷ ମୁଣ୍ତ ଯାଏ ଗଲେ, ପୁଣି ସେହିକ୍ଷଣି ସେହି ଦୂତ ତାଙ୍କଠାରୁ ଅନ୍ତର ହୋଇଗଲେ।

Gade chapit la Kopi

ଓଡିଆ ବାଇବେଲ

10 ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେମାନେ ପ୍ରହରୀମାନଙ୍କର ପ୍ରଥମ ଓ ଦ୍ୱିତୀୟ ସ୍ଥାନ ପାର ହୋଇ ଶେଷରେ ନଗର ପ୍ରବେଶ ପଥରେ ଥିବା ଲୌହ ଫାଟକ ପାଖକୁ ଆସିଲେ। ସେମାନଙ୍କ ପାଇଁ ଫାଟକଟି ଆପଣା ମନକୁ ଖୋଲିଗଲା ଓ ସେମାନେ ବାହାରି ଚାଲି ଆସିଲେ। ସେମାନେ ରାସ୍ତାରେ ଯାଉ ଯାଉ ହଠାତ୍ ସ୍ୱର୍ଗଦୂତ ପିତରଙ୍କୁ ଛାଡ଼ି ଚାଲିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ।

Gade chapit la Kopi




ପ୍ରେରିତ 12:10
11 Referans Kwoze  

କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତିରେ ସେହି କାରାଗାରର କବାଟ ଖୋଲି ସେମାନଙ୍କୁ ବାହାର କରିଦେଲେ ଓ କହିଲେ,


ହଠାତ୍ ଖୁବ୍ ଜୋ‌ର୍‌‌ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା।


ସେଦିନ ରବିବାର ଥିଲା। ସନ୍ଧ୍ୟାରେ ସବୁ ଶିଷ୍ୟମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟରେ ଶିଷ୍ୟମାନେ ଘରର ସବୁ କବାଟ ବନ୍ଦ କରିଦେଇଥିଲେ। ତା'ପରେ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


ତା'ପରେ ଦିନେ, ସେ ପ୍ରହରୀ କହିଲା, “ହେ ମୋର ପ୍ରଭୁ, ପ୍ରତିଦିନ, ଦିନ ବେଳେ ମୁଁ ନିରନ୍ତର ଦୁର୍ଗରେ ଠିଆ ହୋଇ ଜଗି ରହିଥାଏ, ଓ ପ୍ରତି ରାତିରେ ମୁଁ ଆପଣା ପହରା ସ୍ଥାନରେ ସତର୍କ ଦୃଷ୍ଟି ରଖିଥାଏ।


ଆଉ ସେମାନେ ତାହାକୁ ସେଠାରେ ରଖିଲେ। କାରଣ ତା’ ପ୍ରତି କି ପ୍ରକାର ଶାସ୍ତି ବିଧାନ ହେବ ସେମାନେ ଜାଣି ନ ଥିଲେ।


ତେଣୁ ଯୋଷେଫ ସେମାନଙ୍କୁ ତିନି ଦିନ ପାଇଁ ବନ୍ଦୀଶାଳାରେ ରଖିଲେ।


ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେହିଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।


“ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।


ତା'ପରେ ହେରୋଦ ପିତରଙ୍କୁ ବନ୍ଦୀ କରି କାରାଗାରରେ ରଖିଲେ। ତାହାଙ୍କୁ ଜଗିବା ପାଇଁ ଷୋହଳ ଜଣ ପ୍ରହରୀ ରହିଲେ। ହେରୋଦଙ୍କ ଉଦ୍ଦେଶ୍ୟ ଥିଲା ନିସ୍ତାରପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।


ଗୋଟିଏ ସପ୍ତାହ ପରେ ଶିଷ୍ୟମାନେ ପୁଣି ଘର ଭିତରେ ଥିଲେ। ଥୋମା ସେମାନଙ୍କ ସହିତ ଥିଲେ। କବାଟରେ ତାଲା ପଡ଼ିଥିଲା। କିନ୍ତୁ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହେଲେ। ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


Swiv nou:

Piblisite


Piblisite