Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:14 - ପବିତ୍ର ବାଇବଲ

14 ସେମାନେ ପର୍ଗିରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆ ନଗରରେ ଆସି ପହଞ୍ଚିଲେ। ଆନ୍ତିୟଖିଆରେ ବିଶ୍ରାମ ଦିନରେ ସେମାନେ ଯିହୂଦୀମାନଙ୍କର ସମାଜଗୃହରେ ଯାଇ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ।

Gade chapit la Kopi

ଓଡିଆ ବାଇବେଲ

14 ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନେ ପର୍ଗାରୁ ଯାଇ ପିସିଦଆର ଆଣ୍ଟିୟୋଖରେ ପହଞ୍ôଚଲେ ଓ ବିଶ୍ରାମବାର ଦିନ ଉପାସନା ଗୃହରେ ଯାଇ ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।

Gade chapit la Kopi




ପ୍ରେରିତ 13:14
13 Referans Kwoze  

ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।


ପାଉଲ ସେମାନଙ୍କ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ଯ୍ୟନ୍ତ ସେମାନଙ୍କ ସହିତ ଶାସ୍ତ୍ର ଆଲୋଚନା କଲେ।


କିନ୍ତୁ ତା'ପରେ କେତେକ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସେମାନେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲେଣି ଭାବି ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।


ସେମାନେ ସାଲାମି ନଗରରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲେ। ଯୋହନ ମାର୍କ ମଧ୍ୟ ସେମାନଙ୍କୁ ସାହାଯ୍ୟ କରୁଥିଲେ।


ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହରେ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ୱାରା ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ।


ତା'ପରେ ପାଉଲ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହିଲେ। ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହି ସେମାନଙ୍କୁ ଗ୍ରହଣ କରିବା ପାଇଁ ରାଜି କରାଇଲେ।


ପରବର୍ତ୍ତୀ ବିଶ୍ରାମବାରରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ଏକାଠି ହେଲେ।


ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରୁ ଗଲାବେଳେ ଲୋକମାନେ ସେମାନଙ୍କୁ ଆଗାମୀ ବିଶ୍ରାମ ଦିବସରେ ଏହିସବୁ କଥା ଆହୁରି କହିବା ପାଇଁ ଅନୁରୋଧ କଲେ।


ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’


ତା'ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ।


କିନ୍ତୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ସାହସର ସହିତ କହିଲେ, “ପରମେଶ୍ୱରଙ୍କର ସୁସମାଗ୍ଭର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାଯିବା ଆବଶ୍ୟକ ଥିଲା। କିନ୍ତୁ ତୁମ୍ଭେମାନେ ତାହା ଅସ୍ୱୀକାର କରିବାରୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ୟ ଭାବି ନ ଥିବାରୁ ଆମ୍ଭେମାନେ ଅନ୍ୟଜାତୀୟମାନଙ୍କ ପାଖକୁ ଯିବା।


ତୁମ୍ଭେମାନେ ମୋ’ ପ୍ରତି ନିର୍ଯ୍ୟାତନାଗୁଡ଼ିକ ଓ ମୋର ଦୁଃଖଗୁଡ଼ିକ ବିଷୟରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରାରେ ମୋ’ ପ୍ରତି ଯାହାସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସେହି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ଯ୍ୟାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସେହିସବୁ କଷ୍ଟରୁ ପରମେଶ୍ୱର ମୋତେ ରକ୍ଷା କଲେ।


Swiv nou:

Piblisite


Piblisite