Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:16 - ପବିତ୍ର ବାଇବଲ

16 ତେଣୁ ପାଉଲ ଠିଆ ହୋଇ ହାତରେ ସଙ୍କେତ ଦେଲେ ଏବଂ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ପ୍ରକୃତ ଓ ପରମେଶ୍ୱରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମୋ’ କଥା ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ଵରଭୟକାରୀମାନେ, ଶ୍ରବଣ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପାଉଲ ଠିଆ ହୋଇ ଲୋକମାନଙ୍କୁ ସ୍ଥିର ହେବା ପାଇଁ ହାତରେ ସଙ୍କେତ ଦେଇ କହିଲେ: “ଉପସ୍ଥିତ ଇଶ୍ରାଏଲୀୟ ଭାଇମାନେ ଓ ଈଶ୍ୱରଙ୍କ ଉପାସନା କରୁଥିବା ଅଣଇହୁଦୀମାନେ, ମୋ’ କଥା ଶୁଣନ୍ତୁ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।

Gade chapit la Kopi




ପ୍ରେରିତ 13:16
29 Referans Kwoze  

ପିତର ସେମାନଙ୍କୁ ହାତରେ ଠାରି ଚୁ‌ପ୍‌ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସେମାନଙ୍କୁ ବୁଝାଇ କହିଲେ। ସେ ଏ ବିଷୟରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣେଇବା ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ।


“ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ୱରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଗ୍ଭର ପଠାଯାଇଛି।


ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।


ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। “ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”


ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋ‌ର୍‌‌ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।”


ପାଉଲ ସେନାପତିଙ୍କଠାରୁ ଅନୁମତି ପାଇ ପାହାଚ ଉପରେ ଠିଆ ହୋଇଗଲେ। ସେ ଲୋକମାନଙ୍କୁ ହାତରେ ସଙ୍କେତ କରିବା ହେତୁ ସମସ୍ତେ ଅତି ଶାନ୍ତ ହୋଇଗଲେ। ତା'ପରେ ସେ ଏବ୍ରୀ ଭାଷାରେ କହିଲେ।


ସେତେବେଳେ ଯିହୂଦୀୟମାନେ ଆଲେ‌କ୍‌ଜାଣ୍ଡାରକୁ ଆଗକୁ ପଠାଇଥିଲେ ଓ ତାହାଙ୍କୁ କିଛି କହିବା ପାଇଁ ଉପଦେଶ ଦେଉଥିଲେ। ଆଲେ‌କ୍‌ଜାଣ୍ଡାର ଲୋକମାନଙ୍କ ଆଗରେ ହାତ ହଲେଇ ସେମାନଙ୍କୁ ବୁଝାଇବା ପାଇଁ ଚେଷ୍ଟା କରୁଥିଲେ।


କିନ୍ତୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ସାହସର ସହିତ କହିଲେ, “ପରମେଶ୍ୱରଙ୍କର ସୁସମାଗ୍ଭର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାଯିବା ଆବଶ୍ୟକ ଥିଲା। କିନ୍ତୁ ତୁମ୍ଭେମାନେ ତାହା ଅସ୍ୱୀକାର କରିବାରୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ୟ ଭାବି ନ ଥିବାରୁ ଆମ୍ଭେମାନେ ଅନ୍ୟଜାତୀୟମାନଙ୍କ ପାଖକୁ ଯିବା।


କିନ୍ତୁ ପରମେଶ୍ୱର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି।


ତୁମ୍ଭେମାନେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଆମ୍ଭ ଶକ୍ତି ବା ଭକ୍ତି ବଳରେ ଏହି ଲୋକକୁ ଗ୍ଭଲିବାକୁ ଦେଲୁ।


“ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।


ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ।


ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।


ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।


ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।


ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।


ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।


ତାହା କର ତାହାହେଲେ ଲୋକମାନେ ସର୍ବଦା ତୁମ୍ଭକୁ ଭୟ କରିବେ ଓ ଭକ୍ତି କରିବେ ଯେଉଁ ଭୂମିରେ ସେମାନେ ବାସ କରୁଛନ୍ତି, ଯେଉଁ ଭୂମିକୁ ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଙ୍କୁ ଦେଇଥିଲ।


କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ।


ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ।


Swiv nou:

Piblisite


Piblisite