ପ୍ରେରିତ 13:27 - ପବିତ୍ର ବାଇବଲ27 ଯିରୁଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚିହ୍ନି ପାରିଲେ ନାହିଁ। ସେମାନେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକାରେ ସେମାନେ ଭବିଷ୍ୟଦ୍ବକ୍ତାମାନଙ୍କ ବାକ୍ୟ ସଫଳ କଲେ। ଭବିଷ୍ୟଦ୍ବକ୍ତାମାନଙ୍କର ଏହି ବାକ୍ୟ ସବୁ ପ୍ରତି ବିଶ୍ରାମ ଦିବସରେ ପଢ଼ାଯାଏ। Gade chapit laପବିତ୍ର ବାଇବଲ (Re-edited) - (BSI)27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ, ପୁଣି ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେସମସ୍ତ ସଫଳ କଲେ, Gade chapit laଓଡିଆ ବାଇବେଲ27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ, Gade chapit laପବିତ୍ର ବାଇବଲ (CL) NT (BSI)27 କିନ୍ତୁ ସେ ଯେ ପରିତ୍ରାଣକର୍ତ୍ତା, ଯିରୂଶାଲମ ଅଧିବାସୀ ଓ ସେମାନଙ୍କ ନେତାମାନେ ତାହା ଜାଣି ନ ଥିଲେ। ସେମାନେ ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କ କଥାର ଅର୍ଥ ବୁଝୁ ନ ଥିଲେ। ତଥାପି ଯୀଶୁଙ୍କୁ ଦୋଷୀ କରି ସେମାନେ ଭାବବାଦୀମାନଙ୍କ ବାକ୍ୟକୁ ସଫଳ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ, Gade chapit la |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।