Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:34 - ପବିତ୍ର ବାଇବଲ

34 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ କଲେ, ଯେପରି ତାହାଙ୍କର ଶରୀର ପୁଣି ଥରେ କବରପ୍ରାପ୍ତ ହୋଇ କ୍ଷୟ ନ ହୁଏ। ଏ ବିଷୟରେ ସେ କହିଲେ, ‘ମୁଁ ଦାଉଦଙ୍କ ନିକଟରେ ପ୍ରତିଜ୍ଞା କରିଥିବା ପବିତ୍ର ଓ ପ୍ରକୃତ ଆର୍ଶୀବାଦ ତୁମ୍ଭମାନଙ୍କୁ ଦେବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହିପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।

Gade chapit la Kopi

ଓଡିଆ ବାଇବେଲ

34 ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ପୁଣି ସମାଧିରେ କ୍ଷୟପ୍ରାପ୍ତ ହେବାକୁ ଛାଡ଼ି ନ ଦେଇ ତାଙ୍କୁ ମୃତ୍ୟୁରୁ ଉତ୍ଥାପିତ କରିବା ପାଇଁ ଈଶ୍ୱର ଏହି କଥା କହିଥିଲେ; ‘ଦାଉଦଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ମୁଁ ତୁମକୁ ପବିତ୍ର ଓ ନିଶ୍ଚିତ ଆଶୀର୍ବାଦ ଦାନ କରିବି।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’

Gade chapit la Kopi




ପ୍ରେରିତ 13:34
18 Referans Kwoze  

କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ।


କିନ୍ତୁ ପରମେଶ୍ୱର ଯାହାଙ୍କୁ ମୃତ୍ୟୁରୁ ଉଠେଇଲେ ସେ କ୍ଷୟପ୍ରାପ୍ତ ହୋଇ ନ ଥିଲେ।


ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ।


“ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।


ତାହାହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସେବକ ଦାଉଦର ବଂଶଧରଗଣଙ୍କୁ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବର ବଂଶଧରଗଣ ଉପରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ୟାଖାନ କରିବା କି? ଏହା ହେବ ନାହିଁ, କାରଣ ଆମ୍ଭେ ସେମାନଙ୍କର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସେମାନଙ୍କ ଉପରେ କୃପା କରିବା।”


“ପରମେଶ୍ୱର ମୋର ପରିବାରକୁ ଶକ୍ତିଶାଳୀ ଓ ସୁରକ୍ଷିତ କରିଛନ୍ତି ଏବଂ ଚିରଦିନ ପାଇଁ ମୋ’ ସହିତ ଏକ ନିୟମ କରିଛନ୍ତି। ଏହି ନିୟମଟି ସଦାପ୍ରଭୁଙ୍କ ଦ୍ୱାରା ସୁରକ୍ଷିତ। ସେ ମୋତେ ପ୍ରତ୍ୟେକ ଥର ବିଜୟ ଦେବେ ଓ ମୁଁ ଯାହା ଆଶା କରୁଅଛି ଦେବେ।


ତା'ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା'ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ।


ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ।


କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।


କିନ୍ତୁ ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ କଲେ।


ପରମେଶ୍ୱର ସେହି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୂର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତରେ ଲେଖାଅଛି: ‘ତୁମ୍ଭେ ମୋ’ ପୁତ୍ର, ଆଜି ମୁଁ ତୁମ୍ଭର ପିତା ହେଲି।’


Swiv nou:

Piblisite


Piblisite