Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:1 - ପବିତ୍ର ବାଇବଲ

1 କେତେକ ଲୋକ ଯିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସେମାନେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, “ତୁମ୍ଭେମାନେ ଯଦି ମୋଶାଙ୍କର ବ୍ୟବସ୍ଥା ଅନୁସାରେ ସୁନ୍ନତ ନ ହୁଅ, ତେବେ ତୁମ୍ଭେମାନେ ପରିତ୍ରାଣ ପାଇ ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିମଧ୍ୟରେ କେତେକ ଲୋକ ଯିହୁଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ୍ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯିହୁଦାରୁ କେତେକ ଲୋକ ଆଣ୍ଟିୟୋଖକୁ ଆସି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନେ ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବେ ନାହିଁ ବୋଲି ବିଶ୍ୱାସୀମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।

Gade chapit la Kopi




ପ୍ରେରିତ 15:1
25 Referans Kwoze  

ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା'ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।


କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।”


ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା।


ଅଷ୍ଟମ ଦିନରେ ବାଳକ ନିଶ୍ଚୟ ସୁନ୍ନତ ହେବ।


ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତେକ ଲୋକ ଆମ୍ଭଠାରୁ ଆଦେଶ ନ ପାଇ ତୁମ୍ଭମାନଙ୍କୁ ସେମାନଙ୍କ କଥା ଦ୍ୱାରା ଅସୁବିଧାରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ୟତିବ୍ୟସ୍ତ କରୁଛନ୍ତି।


ମୋଶା ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତରେ ମୋଶା ତୁମ୍ଭକୁ ସୁନ୍ନତ ବିଷୟ ଦେଇ ନାହାନ୍ତି। ଏହାତ ମୋଶାଙ୍କ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ ବେଳେବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ କରିଥାଅ।


ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣ‌ବ୍‌‌‌‌ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି।


ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ।


ଆମ୍ଭେମାନେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରିଦେବେ ଓ ମୋଶା ଆମ୍ଭକୁ ଦେଇଥିବା ବ୍ୟବସ୍ଥା ପରିବର୍ତ୍ତନ କରିଦେବେ।”


ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ) ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।


ସେମାନେ ଏହା ଶୁଣି ପରମେଶ୍ୱରଙ୍କର ପ୍ରଶଂସା କଲେ। ସେମାନେ ପାଉଲଙ୍କୁ କହିଲେ, “ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ୱାସୀ ହୋଇ ଅଛନ୍ତି। କିନ୍ତୁ ସେମାନେ ମନେ କରନ୍ତି ଯେ, ବ୍ୟବସ୍ଥା ପାଳନ କରିବା ଅଧିକ ମହତ୍ତ୍ୱପୂର୍ଣ୍ଣ ଅଟେ।


ଏହା ପରେ ପ୍ରେରିତ, ପ୍ରାଚୀନ ଓ ସମଗ୍ର ମଣ୍ଡଳୀ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ବାଛିଲେ। ସେମାନ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କ ସହିତ ସେମାନଙ୍କୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସେମାନେ ଯିହୂଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣ‌ବ୍‌‌ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧ୍ୟରେ ନେତା ଥିଲେ।


ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ,


ସେମାନେ ତାହାଙ୍କ ହାତରେ ଏହି ଚିଠିଟି ଦେଲେ: ଆନ୍ତିୟଖିଆ, ସୁରିଆ, କିଲିକିଆସ୍ଥ ଅନ୍ୟଜାତୀୟ ବିଶ୍ୱାସୀ ଭାଇମାନଙ୍କୁ ପ୍ରେରିତ, ପ୍ରାଚୀନ ଓ ଅନ୍ୟ ଭାଇମାନଙ୍କର ନମସ୍କାର।


ଯିହୂଦା ଓ ଶୀଲା ଦୁହେଁ ମଧ୍ୟ ଭାବବାଦୀ ଥିଲେ। ସେମାନେ ଭାଇମାନଙ୍କୁ ଉତ୍ସାହ ଦେଇ ଅନେକ କଥା କହିଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ।


କେତେକ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରୁଛନ୍ତି। ଯିହୂଦୀମାନେ ଯେପରି ସେମାନଙ୍କୁ ଗ୍ରହଣ କରି ପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସେମାନଙ୍କୁ ନିର୍ଯ୍ୟାତନା ସହିବାକୁ ହେବ, ସେଥିପାଇଁ ସେମାନେ ଭୟ କରୁଛନ୍ତି।


Swiv nou:

Piblisite


Piblisite