Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:18 - ପବିତ୍ର ବାଇବଲ

18 ଏହା ଯୁଗ ଆରମ୍ଭରୁ ଜଣାଅଛି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯୁଗ ଆରମ୍ଭରୁ ଈଶ୍ଵର ଆପଣାର ସମସ୍ତ କର୍ମ ଜ୍ଞାତ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ପ୍ରଭୁ ଏହି କଥା କହିଛନ୍ତି, ବହୁ ପୂର୍ବେ ଏହି କଥା ସେ ପ୍ରକାଶ କରିଥିଲେ’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’

Gade chapit la Kopi




ପ୍ରେରିତ 15:18
17 Referans Kwoze  

ପରମେଶ୍ୱରଙ୍କ ଗୁପ୍ତ ସତ୍ୟକୁ ସମସ୍ତଙ୍କୁ କହିବା ଦାୟିତ୍ୱ ପରମେଶ୍ୱର ମୋତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ୟ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଭିତରେ ଗୁପ୍ତ ରହିଥିଲା।


ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ।


ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ।


ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।


ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,


ପରମେଶ୍ୱର ମନୁଷ୍ୟ ନୁହନ୍ତି, ସେ ମିଥ୍ୟା କହିବେ ନାହିଁ। ସେ ମଧ୍ୟ ମନୁଷ୍ୟ ନୁହନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହେବ ନାହିଁ? ନା!


ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ।


ପରମେଶ୍ୱର ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ: “ମୁଁ କାହାଣୀ ଦ୍ୱାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।”


ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ୱରରୁ ଉଠି ଆସି ଧ୍ୱଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲେଖା ହୋଇ ନାହିଁ, ସେହି ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେବେ, କାରଣ ସେ ଅତୀତରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।


ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।


“ତା'ପରେ ରାଜା ତାହାଙ୍କ ଡାହାଣ ପଟରେ ଥିବା ଲୋକମାନଙ୍କୁ କହିବେ, ‘ଆସ, ମୋର ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ୱର ତୁମ୍ଭକୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହେବା କାଳରୁ ତୁମ୍ଭ ପାଇଁ ସେ ରାଜ୍ୟ ପ୍ରସ୍ତୁତ ହୋଇ ସାରିଛି।”


ଆମ୍ଭ ତୁଲ୍ୟ ଅନ୍ୟ ପରମେଶ୍ୱର ନାହାନ୍ତି। ଯଦି ଥା’ନ୍ତି ତେବେ ସେ ବର୍ତ୍ତମାନ ଆସି କୁହନ୍ତୁ। ସେ ଯଦି ଆମ୍ଭପରି, ତେବେ ଆସି ପ୍ରମାଣ କରନ୍ତୁ। ସେ ମଧ୍ୟ କୁହନ୍ତୁ ଆମ୍ଭେ ପୁରାତନ ଲୋକମାନଙ୍କୁ ସୃଷ୍ଟି କଲାବେଳେ କ’ଣ ସବୁ ଘଟିଥିଲା। ସେ ମଧ୍ୟ ଭବିଷ୍ୟତରେ କ’ଣ ଘଟିବ ତାହାର ସଙ୍କେତ ଦିଅନ୍ତୁ।


ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।


ତା'ପରେ ଇଦୋମର ଯାହାସବୁ ଛଡ଼ା ହୋଇଥିବ, ଆମ୍ଭ ଲୋକମାନେ ଅଧିକାର କରିବେ ଏବଂ ସମସ୍ତ ଜାତିଗୁଡ଼ିକ ଆମ୍ଭ ନାମ ନେବେ।” ସଦାପ୍ରଭୁ ଏହା କହିବେ ଓ ସେହି ସମସ୍ତ ଘଟାଇବେ।


Swiv nou:

Piblisite


Piblisite