Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:21 - ପବିତ୍ର ବାଇବଲ

21 ସେମାନେ ଏସବୁ କରିବା ଉଚିତ୍ ନୁହେଁ, କାରଣ ଆରମ୍ଭରୁ ମୋଶାଙ୍କ ବ୍ୟବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗରରେ ଏବେ ମଧ୍ୟ ଅଛନ୍ତି ଏବଂ ତାହାଙ୍କର ବ୍ୟବସ୍ଥା ସମାଜଗୃହମାନଙ୍କରେ ପ୍ରତି ବିଶ୍ରାମବାରରେ ପାଠ କରାଯାଏ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ପ୍ରାଚୀନ କାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉ-ଅଛି।

Gade chapit la Kopi

ଓଡିଆ ବାଇବେଲ

21 କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କାରଣ ବହୁଦିନ ଧରି ପ୍ରତ୍ୟେକ ବିଶ୍ରାମବାରରେ ଉପାସନା ଗୃହମାନଙ୍କରେ ମୋଶାଙ୍କ ବ୍ୟବସ୍ଥା ପଠିତ ହେଉଅଛି ଓ ପ୍ରତ୍ୟେକ ସହରରେ ତାଙ୍କର ବାକ୍ୟ ପ୍ରଚାରିତ ହେଉଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।”

Gade chapit la Kopi




ପ୍ରେରିତ 15:21
6 Referans Kwoze  

ସେଠାରେ ମୋଶାଙ୍କ ପ୍ରଦତ୍ତ ବ୍ୟବସ୍ଥା ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଲେଖାଗୁଡ଼ିକ ପଢ଼ାଯିବା ପରେ ନେତାମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କ ନିକଟକୁ ଏହା କହି ପଠାଇଲେ, “ଭାଇମାନେ, ଲୋକମାନଙ୍କ ପାଇଁ ଯଦି ତୁମ୍ଭମାନଙ୍କର କିଛି ନିଷ୍ଠାର ଉପଦେଶ ଥାଏ, ତେବେ କୁହ।”


ଯିରୁଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚିହ୍ନି ପାରିଲେ ନାହିଁ। ସେମାନେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକାରେ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବାକ୍ୟ ସଫଳ କଲେ। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଏହି ବାକ୍ୟ ସବୁ ପ୍ରତି ବିଶ୍ରାମ ଦିବସରେ ପଢ଼ାଯାଏ।


ତା'ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ।


“କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ପାଖରେ ମୋଶାଙ୍କ ନିୟମ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଲେଖା ସବୁ ପଢ଼ିବା ପାଇଁ ରହିଛି। ସେମାନେ ସେଥିରୁ ଶିକ୍ଷା ଲାଭ କରନ୍ତୁ।’


Swiv nou:

Piblisite


Piblisite