ପ୍ରେରିତ 15:8 - ପବିତ୍ର ବାଇବଲ8 ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅନ୍ତର୍ଯ୍ୟାମୀ ଈଶ୍ଵର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। Gade chapit laଓଡିଆ ବାଇବେଲ8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)8 ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।