Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:14 - ପବିତ୍ର ବାଇବଲ

14 ସେଠାରେ ଲୂଦିଆ ନାମକ ଜଣେ ସ୍ତ୍ରୀଲୋକ ଥିଲା। ସେ ଥୁୟାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ୟବସାୟୀ ଥିଲା। ସେ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖୋଲି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଥୁୟାଥୀରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ଵର-ଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କଥିତ ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାଙ୍କର ହୃଦୟ ଫିଟାଇ ଦେଲେ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନଙ୍କ ମଧ୍ୟରୁ ଥୁୟଟୀରା ସହରର ବାଇଗଣିଆ ବସ୍ତ୍ର ବିକ୍ରି କରୁଥିବା ଲୁଦିଆ ନାମରେ ଜଣେ ମହିଳା ଥିଲେ। ସେ ଈଶ୍ୱରଙ୍କର ଉପାସନା କରୁଥିଲେ ଓ ପାଉଲ ଯାହା କହୁଥିଲେ, ତାହା ମନୋଯୋଗ ସହକାରେ ଶୁଣି ଗ୍ରହଣ କରିବା ପାଇଁ ପ୍ରଭୁ ତାଙ୍କୁ ସୁଯୋଗ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।

Gade chapit la Kopi




ପ୍ରେରିତ 16:14
24 Referans Kwoze  

ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ।


ମୋର ପ୍ରଭୁ ସଦାପ୍ରଭୁ ମୋର କର୍ଣ୍ଣକୁ ମୁକ୍ତ କରିଛନ୍ତି; ପୁଣି ମୁଁ ତାଙ୍କର ବିରୁଦ୍ଧାଗ୍ଭରୀ ହୋଇ ନାହିଁ କିମ୍ବା ପଛକୁ ଫେରି ନାହିଁ।


ଦେଖ, ମୁଁ ଏଠାରେ ଅଛି ଓ ଦ୍ୱାର ପାଖରେ ଠିଆ ହୋଇ ଆଘାତ କରୁଛି। ଯଦି ଜଣେ ଲୋକ ମୋ’ ସ୍ୱର ଶୁଣେ ଓ ଦ୍ୱାର ଫିଟାଏ, ତେବେ ମୁଁ ଭିତରକୁ ଆସି ସେହି ଲୋକ ସହିତ ଖାଇବି। ସେ ଲୋକ ମଧ୍ୟ ମୋ’ ସହିତ ଖାଦ୍ୟ ଖାଇବ।


ଅତଏବ, ପରମେଶ୍ୱରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ।


ପରମେଶ୍ୱର ତୁମ୍ଭ ମଧ୍ୟରେ କାର୍ଯ୍ୟ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ଯ୍ୟ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ୟ ଦିଅନ୍ତି।


ପ୍ରଭୁ ସେହି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରୁଥିଲେ। ତେଣୁ ଅନେକ ଲୋକ ବିଶ୍ୱାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।


“ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।


ପାଉଲ ସମାଜଗୃହ ଛାଡ଼ି ସତ୍ୟ ପରମେଶ୍ୱରଙ୍କର ଜଣେ ଉପାସକ ତୀତସ ଯୁସ୍ତଙ୍କ ଘରକୁ ଗଲେ। ତାହାଙ୍କ ଘର ସମାଜଗୃହ ପାଖରେ ଥିଲା।


ସେହି ସ୍ୱର ମୋତେ କହିଲା, “ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତୋଟି ମଣ୍ଡଳୀ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆ ଓ ଲାଅଦିକୀଆକୁ ପଠାଅ।’’


ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।


ଫିଲି‌ପ୍‌ପ ପ୍ରସ୍ତୁତ ହୋଇ ବାହାରିଲେ। ସେହି ରାସ୍ତାରେ ଜଣେ ନପୁଂସକ ସଙ୍ଗରେ ଦେଖା ହେଲା। ସେହି ନପୁଂସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଗ୍ଭରି ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ଥିଲେ। ନପୁଂସକ ଜଣକ ଉପାସନା କରିବା ପାଇଁ ଯିରୁଶାଲମକୁ ଯାଇଥିଲେ।


ନିସ୍ତାରପର୍ବରେ ଉପାସନା କରିବା ପାଇଁ ଯିରୁଶାଲମ ଯାଇଥିବା ଲୋକମାନଙ୍କ ମଧ୍ୟରୁ କେତେକ ଗ୍ରୀକ୍ ଲୋକଥିଲେ।


ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହାତ ଥୋଇଲେ, ତହିଁରେ ମୋର ହୃଦୟ ତାହାଙ୍କ ପାଇଁ ଉଚ୍ଚାଟ ହେଲା।


ତୁମ୍ଭ ପରାକ୍ରମର ଦିନରେ, ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ, ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ। ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।


ସଭା ସମାପ୍ତ ହେବାପରେ ଅନେକ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଅନୁସରଣ କଲେ। ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା ହୋଇ ସେମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବା ପାଇଁ କହିଲେ।


ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀଲୋକଙ୍କୁ ଓ ନଗରର ମୁଖ୍ୟ ବ୍ୟକ୍ତିମାନଙ୍କୁ ଉତ୍ତେଜିତ କରାଇଲେ। ସେମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବିରୁଦ୍ଧରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସେମାନେ ସେମାନଙ୍କୁ ତାଡ଼ନା କରିବା ଆରମ୍ଭ କଲେ ଓ ସେମାନଙ୍କୁ ସେହି ଅଞ୍ଚଳରୁ ବାହାର କରିଦେଲେ।


ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ।


Swiv nou:

Piblisite


Piblisite