Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:21 - ପବିତ୍ର ବାଇବଲ

21 ଆଥୀନୀୟ ବାସିନ୍ଦାମାନେ ଓ ସେଠାରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ଯ୍ୟ ନ କରି କେବଳ ନୂତନ ବିଷୟମାନ ଶୁଣିବାରେ ଓ କଥା କହିବାରେ ସମୟ କାଟୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଥୀନୀୟ ଲୋକସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳ କ୍ଷେପଣ କରୁ ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ଆଥିନୀରେ ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 (ଆଥେନ୍ସ୍ର ନାଗରିକମାନେ ଓ ସେଠାରେ ବାସ କରୁଥିବା ବିଦେଶୀୟମାନେ ନୂତନ ବିଷୟ ଶୁଣିବାକୁ ଓ କହିବାକୁ ବଡ଼ ଭଲ ପାଉଥିଲେ। ଏଥିରେ ସେମାନେ ବହୁତ ସମୟ ଅତିବାହିତ କରୁଥିଲେ।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।

Gade chapit la Kopi




ପ୍ରେରିତ 17:21
9 Referans Kwoze  

ଅବିଶ୍ୱାସୀ ଲୋକମାନଙ୍କ ସହିତ ବ୍ୟବହାର କଲାବେଳେ ବୁଦ୍ଧି ସହ ବ୍ୟବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପଯୋଗ କର।


ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ।


ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି।


ଏବଂ ଯିହୂଦା, କା‌ପ୍‌ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।


ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ନେଇ ଯାଇଥିଲେ ସେମାନେ ତାହାଙ୍କୁ ଆଥୀନୀ ନଗର ପର୍ଯ୍ୟନ୍ତ ପହଞ୍ଚାଇ ଦେଲେ। ପାଉଲ ସେମାନଙ୍କ ଦ୍ୱାରା ଖବର ଦେଲେ ଯେ, ଶୀଲା ଓ ତୀମଥି ଆସି ତାହାଙ୍କ ସହିତ ଯୋଗଦାନ କରନ୍ତୁ। ତା'ପରେ ସେମାନେ ଫେରିଗଲେ।


ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ।


ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍‌ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।”


Swiv nou:

Piblisite


Piblisite