Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:25 - ପବିତ୍ର ବାଇବଲ

25 ସେ ପରମେଶ୍ୱର ଜୀବନ ଓ ପ୍ରାଣବାୟୁ ପ୍ରଦାନ କରନ୍ତି। ସେ ମନୁଷ୍ୟମାନଙ୍କର ସାହାଯ୍ୟ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ଵାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ଵୟଂ ସମସ୍ତଙ୍କୁ ଜୀବନ, ନିଶ୍ଵାସ ଓ ସମସ୍ତ ପଦାର୍ଥ ଦାନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

25 କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଆମ୍ଭେମାନ ତାଙ୍କ ପାଇଁ କାର୍ଯ୍ୟ କରି ତାଙ୍କୁ ଦେଇପାରିବା ଭଳି କୌଣସି ବିଷୟ ସେ ଚାହାନ୍ତି ନାହିଁ; କାରଣ ସେ ସମସ୍ତଙ୍କୁ ଜୀବନ, ପ୍ରାଣବାୟୁ ଓ ସବୁ ଆବଶ୍ୟକୀୟ ବିଷୟ ଦେଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।

Gade chapit la Kopi




ପ୍ରେରିତ 17:25
25 Referans Kwoze  

ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


“କିଏ କେବେ ହେଲେ ପରମେଶ୍ୱରଙ୍କୁ କ’ଣ ବା ଦେଇଛି? ଯେ ପରମେଶ୍ୱର ପ୍ରତ୍ୟୁପକାରରେ କିଛି ଦେବେ।”


‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ, ‘ଆମ୍ଭେମାନେ ତାହାଙ୍କର ସନ୍ତାନ।’


ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।


ପରମେଶ୍ୱରଙ୍କ ଆତ୍ମା ମୋତେ ତିଆରି କରିଛି। ସର୍ବଶକ୍ତିମାନଙ୍କର ନିଶ୍ୱାସ ମୋତେ ଜୀବନ ଦେଇଛି।


“ପରମେଶ୍ୱର କ’ଣ ଆମ୍ଭର ସାହାଯ୍ୟ ଆବଶ୍ୟକ କରନ୍ତି? ନା, ଏପରିକି ଜଣେ ଅତି ଜ୍ଞାନୀ ମଧ୍ୟ ପରମେଶ୍ୱରଙ୍କ ପ୍ରତି ଦରକାରୀ ନୁହେଁ।


ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।


ଯେପର୍ଯ୍ୟନ୍ତ ମୋ’ ଶରୀରରେ ପ୍ରାଣ ଅଛି ଏବଂ ଯେପର୍ଯ୍ୟନ୍ତ ପରମେଶ୍ୱର ପ୍ରଦତ୍ତ ନିଶ୍ୱାସ ବାୟୁ ମୋ’ ନାକରୁ ନିର୍ଗତ ହେଉଛି।


ଏକ ସ୍ୱର୍ଗୀୟ ବାଣୀ, ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ଯିଏ କି ସ୍ୱର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ଯିଏ କି ମନୁଷ୍ୟମାନଙ୍କ ମଧ୍ୟରେ ନିଶ୍ୱାସପ୍ରଶ୍ୱାସ ସ୍ଥାପନ କରିଅଛନ୍ତି।


ମୁଁ ସଦାପ୍ରଭୁଙ୍କୁ କହିଅଛି, “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ। ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”


ପ୍ରତ୍ୟେକ ଜୀବନ୍ତ ପ୍ରାଣୀ ଓ ନିଶ୍ୱାସ ନେଇ ବଞ୍ଚୁଥିବା ମଣିଷସବୁ ପରମେଶ୍ୱରଙ୍କ ଶକ୍ତିର ଅଧୀନରେ।


କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ୟ ଦେଇ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ୱର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ୟ ଦେଇଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦରେ ଭରି ଦିଅନ୍ତି।”


ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’ ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।”


ତା'ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।


ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ। ଯଦି କରିବା ତାହାହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ଯଦି ପରମେଶ୍ୱର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ୱାସପ୍ରଶ୍ୱାସକୁ କାଢ଼ି ନେବେ।


“ସଦାପ୍ରଭୁ ପ୍ରତ୍ୟେକ ପ୍ରାଣୀ ସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନୟ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିଯୁକ୍ତ କରନ୍ତୁ।


ତହୁଁ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କ’ଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳୀର କେହି ପାପ କରେ, ସମସ୍ତ ମଣ୍ତଳୀକୁ ଉତ୍ପିଡ଼ୀନ କରିବା ଉଚିତ୍ କି?”


ତୁମ୍ଭେମାନେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡ଼ିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ ଜୀବନ ଦେବେ ସେହି ଦେଶରେ, ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବଙ୍କୁ କହିଥିଲେ।”


ତହୁଁ ସିଦିକିୟ ରାଜା ଗୋପନରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”


Swiv nou:

Piblisite


Piblisite