Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:16 - ପବିତ୍ର ବାଇବଲ

16 ଏହା କହି ସେହି ଭୂତାତ୍ମା ଥିବା ଲୋକଟି ସେମାନଙ୍କ ଉପରେ ଡେଇଁ ପଡ଼ିଲା। ସେ ସେମାନଙ୍କୁ ମାରି ପରାସ୍ତ କଲା। ତେଣୁ ସେମାନେ ସମସ୍ତେ ସେ ଘରୁ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ଦୌଡ଼ି ଗ୍ଭଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ଦୁଷ୍ଟ ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ମନ୍ଦଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପ୍ରେତାତ୍ମା ଲାଗିଥିବା ବ୍ୟକ୍ତି ସେମାନଙ୍କୁ ପ୍ରଚଣ୍ଡ ଭାବରେ ଆକ୍ରମଣ କରି କାବୁ କରିଦେଲା। ସେମାନଙ୍କ ଲୁଗାପଟା ଚିରିଗଲା, ସେମାନେ କ୍ଷତବିକ୍ଷତ ହୋଇ ତା’ ଘରୁ ଦୌଡ଼ି ପଳାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।

Gade chapit la Kopi




ପ୍ରେରିତ 19:16
8 Referans Kwoze  

ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ।


ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସେମାନେ ଯୀଶୁଙ୍କ ପାଦତଳେ ସେହି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା’ ଦେହରୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ।


ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା।


କିନ୍ତୁ ଜଣେ ଭୂତାତ୍ମା ସେମାନଙ୍କୁ କହିଲା, “ମୁଁ ଯୀଶୁଙ୍କୁ ଚିହ୍ନେ ଓ ପାଉଲଙ୍କୁ ମଧ୍ୟ ଜାଣେ। କିନ୍ତୁ ତୁମ୍ଭେମାନେ କିଏ?”


ଏ କଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନେ ଜାଣି ଭୟ କଲେ। ଏହା ଦ୍ୱାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ୱିତ ହେଲା।


ଏହି ଭଣ୍ଡ ଶିକ୍ଷକମାନେ ସେହି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାନ୍ତି। ସେମାନେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ୟକ୍ତି ଯାହାଦ୍ୱାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।


Swiv nou:

Piblisite


Piblisite