ପ୍ରେରିତ 19:8 - ପବିତ୍ର ବାଇବଲ8 ତା'ପରେ ପାଉଲ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହିଲେ। ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହି ସେମାନଙ୍କୁ ଗ୍ରହଣ କରିବା ପାଇଁ ରାଜି କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ଵରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)8 ତା’ପରେ ପାଉଲ ତିନି ମାସ ପର୍ଯ୍ୟନ୍ତ ସମାଜ ଗୃହରେ ନିର୍ଭୀକ ଭାବରେ ଆଲୋଚନା କରି ଈଶ୍ୱରଙ୍କ ରାଜ୍ୟ ବିଷୟରେ ସେମାନଙ୍କ ମନରେ ବିଶ୍ୱାସ ଜନ୍ମାଇବା ପାଇଁ ଚେଷ୍ଟା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ। Gade chapit la |
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।