Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:25 - ପବିତ୍ର ବାଇବଲ

25 ଦାଉଦ ତାହାଙ୍କ ବିଷୟରେ କହିଥିଲେ, ‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି। ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ଵରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଏ ସମ୍ପର୍କରେ ଦାଉଦ କହିଛନ୍ତି; ‘ସବୁ ସମୟରେ ମୁଁ ଈଶ୍ୱରଙ୍କୁ ମୋ’ ସମ୍ମୁଖରେ ଦେଖିଛି, ସେ ମୋ’ ଦକ୍ଷିଣ ପାଶ୍ୱର୍ରେ ରହିଛନ୍ତି। କେହି ମୋତେ ବିଚଳିତ କରିପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।

Gade chapit la Kopi




ପ୍ରେରିତ 2:25
15 Referans Kwoze  

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ‘ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା।’


ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି। ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ। ମୁଁ ଧ୍ୱଂସରୁ ନିରାପଦ ରହିବି।


କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି, ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।


ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି। ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ। ମୁଁ ଧ୍ୱଂସରୁ ନିରାପଦ ରହିବି।


ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।


ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।


ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି, ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।


ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।


ଶୁଣ! ସମୟ ଆସୁଛି ଯେତେବେଳେ ତୁମ୍ଭେ ଛିନ୍ନଭିନ୍ନ ହୋଇଯିବ। ତୁମ୍ଭମାନଙ୍କୁ ମଧ୍ୟରୁ ପ୍ରତ୍ୟେକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହୋଇ ଗ୍ଭଲିଯିବ। ସେହି ସମୟ ଆସି ପହଞ୍ଚିଛି। ତୁମ୍ଭେ ମୋତେ ଏକାକୀ ଛାଡ଼ି ଦେବ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମୋ’ ସହିତ ଅଛନ୍ତି।


ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।


ଏହା ଦ୍ୱାରା ମୋର ମନ ପ୍ରଫୁଲ୍ଲିତ ହେଲା ଓ ମୋ’ ମୁହଁରୁ ଆନନ୍ଦପୂର୍ଣ୍ଣ କଥା ବାହାରିଲା।


Swiv nou:

Piblisite


Piblisite