ପ୍ରେରିତ 2:32 - ପବିତ୍ର ବାଇବଲ32 ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଏହି ଯୀଶୁଙ୍କୁ ଈଶ୍ଵର ଉଠାଇ ଅଛନ୍ତି, ସେ ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ। Gade chapit laଓଡିଆ ବାଇବେଲ32 ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ । Gade chapit laପବିତ୍ର ବାଇବଲ (CL) NT (BSI)32 ଈଶ୍ୱର ଏହି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି। ଆମେ ସମସ୍ତେ ଏହାର ସାକ୍ଷୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ। Gade chapit la |
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।
ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!