ପ୍ରେରିତ 2:39 - ପବିତ୍ର ବାଇବଲ39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।” Gade chapit laପବିତ୍ର ବାଇବଲ (Re-edited) - (BSI)39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ। Gade chapit laଓଡିଆ ବାଇବେଲ39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ । Gade chapit laପବିତ୍ର ବାଇବଲ (CL) NT (BSI)39 କାରଣ ଈଶ୍ୱରଙ୍କ ପ୍ରତିଜ୍ଞା ତୁମ୍ଭମାନଙ୍କ ପ୍ରତି, ତୁମ ସନ୍ତାନମାନଙ୍କ ପ୍ରତି ଓ ଈଶ୍ୱରଙ୍କ ଦ୍ୱାରା ଆହୂତ ଦୂରଦୂରାନ୍ତରେ ଥିବା ସମସ୍ତଙ୍କ ପାଇଁ ଉଦ୍ଦିଷ୍ଟ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।” Gade chapit la |
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।