Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:16 - ପବିତ୍ର ବାଇବଲ

16 ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଆସିଆରେ ଯେପରି ପାଉଲଙ୍କୁ ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ।। ଦିନରେ ଯିରୂଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଆସିଆ ପ୍ରଦେଶରେ ଆଉ ଅଧିକ ସମୟ ଅତିବାହିତ ନ କରି ଏଫିସସ୍ କୂଳେ କୂଳେ ଜାହାଜ ଚଳାଇବାକୁ ପାଉଲ ସ୍ଥିର କଲେ। ଯଦି ସମ୍ଭବ ହୁଏ, ପେଣ୍ଟିକଷ୍ଟ ଦିନରେ ଯିରୂଶାଲମରେ ପହଞ୍ଚିବା ପାଇଁ ସେ ଉଦ୍ଗ୍ରୀବ ହେଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।

Gade chapit la Kopi




ପ୍ରେରିତ 20:16
17 Referans Kwoze  

କିନ୍ତୁ ମୁଁ ଏଫିସ ନଗରଠାରେ ପେଣ୍ଟିକଷ୍ଟ ପର୍ବ ପର୍ଯ୍ୟନ୍ତ ରହିବି।


ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ।


ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାୟା ବାଟ ଦେଇ ଯିରୁଶାଲମ ଯିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, “ଯିରୁଶାଲମ ଗଲାପରେ ମୁଁ ରୋମକୁ ଯିବା କଥା।”


“ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା'ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି।


ଆମ୍ଭେ ସେଠାରେ ଯୀଶୁଙ୍କର କେତେକ ଶିଷ୍ୟମାନଙ୍କୁ ଦେଖିଲୁ। ସେମାନଙ୍କ ସହିତ ସାତ ଦିନ ପର୍ଯ୍ୟନ୍ତ ରହିଲୁ। ସେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଲଙ୍କୁ ଯିରୁଶାଲମ ନଯିବା ପାଇଁ ଚେତାବନୀ ଦେଲେ।


“କିନ୍ତୁ ମୁଁ ବର୍ତ୍ତମାନ ପବିତ୍ରଆତ୍ମାଙ୍କର ବାଧ୍ୟ ହୋଇ ଯିରୁଶାଲମକୁ ଯାଉଛି। ମୁଁ ଜାଣି ନାହିଁ, ମୋର ସେଠାରେ କ’ଣ ହେବ।


ଆମ୍ଭେମାନେ ସେଠାରୁ ଜାହାଜରେ ଆସସ୍ ନଗରକୁ ଯାତ୍ରା କଲୁ। ସେଠାରୁ ପାଉଲଙ୍କୁ ନେବା ପାଇଁ ଭାବିଥିଲୁ। ସେ ସ୍ଥଳ ମାର୍ଗରେ ଗ୍ଭଲି ଯିବା ପାଇଁ ଇଚ୍ଛା କଲେ।


ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲି‌ପ୍‌ପୀ ନଗରରୁ ଜଳପଥରେ ସେମାନଙ୍କ ପାଖରେ ତ୍ରୋୟାରେ ପହଞ୍ଚିଲୁ। ଆମ୍ଭେ ସେଠାରେ ସାତ ଦିନ ପର୍ଯ୍ୟନ୍ତ ରହିଲୁ।


ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।


ତା'ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।


“ତୁମ୍ଭେମାନେ ସପ୍ତାହର ପର୍ବ ପ୍ରଥମ ଗହମ କଟା ପର୍ବ ଓ ବର୍ଷର ଶେଷ ଭାଗରେ ଶସ୍ୟଅମଳର ପର୍ବ ପାଳନ କରିବା ଉଚିତ୍।


ପିତର କବାଟରେ ଠକ୍ ଠକ୍ କରନ୍ତେ ରୋଦା ନାମକ ଜଣେ ଗ୍ଭକରାଣୀ କବାଟ ଖୋଲିବାକୁ ଆସିଲା।


ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇଗଲେ। ସେମାନଙ୍କୁ ପବିତ୍ରଆତ୍ମା ଏସିଆରେ ପ୍ରଭୁଙ୍କର କଥା ପ୍ରଗ୍ଭର କରିବାକୁ ଅନୁମତି ଦେଲେ ନାହିଁ।


ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା'ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ।


ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।


ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ।


Swiv nou:

Piblisite


Piblisite