ପ୍ରେରିତ 20:21 - ପବିତ୍ର ବାଇବଲ21 ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)21 ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ଵରଙ୍କ ପ୍ରତି ମନ ପରିବର୍ତ୍ତନ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ପ୍ରତି ବିଶ୍ଵାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲି ତାହା ତୁମ୍ଭେମାନେ ଜାଣ। Gade chapit laଓଡିଆ ବାଇବେଲ21 ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ । Gade chapit laପବିତ୍ର ବାଇବଲ (CL) NT (BSI)21 ଇହୁଦୀ ଓ ଅଣଇହୁଦୀ ସମସ୍ତଙ୍କୁ ମୁଁ ଦୃଢ଼ ସତର୍କ ବାଣୀ ଶୁଣାଇଥିଲି ଯେ, ସେମାନେ ପାପରୁ ବିମୁଖ ହୋଇ ଈଶ୍ୱରଙ୍କ ପ୍ରତି ମନ ଫେରାଇବେ ଏବଂ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ। Gade chapit la |
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।
ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।